ନବୀନଙ୍କ ନୂଆ ଟିମ୍‌ : କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଲେ ଜଗନ୍ନାଥ ସାର୍‌କା ଓ ନିରଞ୍ଜନ ପୂଜାରୀ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଶପଥ ନେଲେ ନୂଆ ଟିମ୍‌ । କ୍ୟାବିନେଟ୍‌ ଓ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଉଛନ୍ତି । ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ପଦ ଓ ଗୋପନୀୟତା ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି ।

ତେବେ ଆଜିର ଶପଥ ଗ୍ରହଣ ଉତ୍ସବରେ ପ୍ରଥମ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜଗନ୍ନାଥ ସାରକା । ଏହାପରେ ନିରଞ୍ଜନ ପୁଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ୍ , ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ପଦ ଓ ଗୋପନୀୟତାର ଶପଥ ପାଠ କରାଉଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌ ।

Leave a Reply

Your email address will not be published.