ରାଜଧାନୀରୁ ଆଉ ୧୧୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୯ରେ ପହଁଚିଛି ।

ସୂଚନାଅନୁସାରେ, ଆଜି ପୁଣି ରାଜଧାନୀରୁ ୧୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୯ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ୧୨୫ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୯କୁ ବୃଦ୍ଧି ପାଇଛି । ୧୬୯୧ ଜଣ ସୁସ୍ଥ ହୋଇଥିବା ବେଳେ ୧୨୬୮ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published.