ଘଷିପୁରାରୁ ପ୍ରାର୍ଥୀପତ୍ର ଦାଖଲ କଲେ ନିରଞ୍ଜନ

ଘଷିପୁରା ଆସନରୁ ନିରଞ୍ଜନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ପ୍ରାର୍ଥୀପତ୍ର ଦାଖଲ କରିବା ପୂର୍ବରୁ ଏକ ବିଶାଳ ଶୋଭାଯାତ୍ରା କରି ସମର୍ଥକଙ୍କ ସହ ସେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଚଳିତ ନିର୍ବାଚନରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଭଣ୍ଡାରିପୋଖରୀ ସମେତ  ଘଷିପୁରା ଆସନରୁ ନିର୍ବାଚନ ଲଢ଼ିବେ। ଏହା ସହ ଆସନ୍ତା ୮ତାରିଖରେ ଭଣ୍ଡାରିପୋଖରୀ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ।

ସେହିପରି, ଘଷିପୁରା ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ମଧ୍ୟ ଆଜି ନାମାଙ୍କନ ଭରିଛନ୍ତି । ବିରାଟ ଶୋଭାଯାତ୍ରାରେ ହଜାର ହଜାର ସଂଖ୍ୟାରେ ସମର୍ଥକଙ୍କ ସହ ସେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ପୂର୍ବରୁ ଭଣ୍ଡାରିପୋଖରୀରୁ ଲଢ଼ିବା ନେଇ ସ୍ଥିର ହୋଇଥିବା ବେଳେ ଘଷିପୁରା ଆସନରୁ ଲଢ଼ିବା ପାଇଁ ନିଷ୍ପତ୍ତି କରିଛନ୍ତି ନିରଞ୍ଜନ । ଘଷିପୁରାରୁ ବିଜେଡି ଟିକେଟରେ ଲଢ଼ୁଥିବା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ରଙ୍କ ଆହ୍ୱାନ ପରେ ପିସିସି ସଭାପତି ଏପରି ନିଷ୍ପତ୍ତି ନେଇଥିବା ଚର୍ଚ୍ଚା ହେଉଛି।

ଅଧିକ ଖବର ପାଇଁ କ୍ଲିକ୍‌ କରନ୍ତୁ:

୩ରୁ ଦକ୍ଷିଣ ଓଡ଼ିଶାରୁ ନବୀନଙ୍କ ମାରାଥନ ପ୍ରଚାର ଆରମ୍ଭ

ଆଉ ୯ ବିଧାନସଭା ଆସନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା, ୩ ବରିଷ୍ଠ କଟିଲେ, ଭର୍ତ୍ତୃହରି ସୁରକ୍ଷିତ

କଂଗ୍ରେସ-ବିଜେଡି ଗରିବ ଓ କୃଷକଙ୍କ ଶତ୍ରୁ

Leave a Reply

Your email address will not be published.