ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୧୬ ଯାଏଁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତିର୍ତ୍ତୋଲ ଓ ବାଲେଶ୍ଵର ସଦର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ କରାଯିବ। ନାମାଙ୍କନ ଦାଖଲର ଶେଷ ତାରିଖ ୧୬ ତାରିଖ ରଖାଯାଇଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଭିତରେ ପ୍ରାର୍ଥିପତ୍ର ଦାଖଲ ପାଇଁ ନିର୍ଦ୍ଦେଶ ହୋଇଥିବାବେଳେ ୧୭ରେ ଯାଞ୍ଚ କରାଯିବ। କୋଭିଡ୍ କଟକଣା ଭିତରେ ନିର୍ବାଚନ ହେବ। ୧୯ରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଥିବାବେଳେ ନଭେମ୍ବର ୩ରେ ହେବ ଭୋଟଗ୍ରହଣ ହେବ। ନଭେମ୍ବର ୧୦ରେ ହେବ ଭୋଟଗଣତି।

କୋଭିଡ୍ କଟକଣା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ । ନିର୍ବାଚନ ଲାଗି ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଜୋରଦାର କରାଯାଇଛି ।

Leave a Reply

Your email address will not be published.