ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, (ଓଡିଶା ଟାଇମ୍): ଆଜି ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ । ଏଥିପାଇଁ ସମଗ୍ର ପଶ୍ଚିମ ଓଡ଼ିଶାର ପୁରପଲ୍ଲୀ ଉତ୍ସବମୁଖର। ଏହି ଅବସରରେ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଧାନମନ୍ତ୍ରୀ ଟ୍ଵିଟ୍ କରି ଲେଖିଛନ୍ତି ଯେ, ନୂଆଁଖାଇ ଜୁହାର୍ ! ଏହି ପବିତ୍ର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା । ନୂଆଁଖାଇ ଅବସରରେ ଆମେ ଆମ ଚାଷୀ ଭାଇଙ୍କ ଉଲ୍ଲେଖନୀୟ ଉଦ୍ୟମ ଓ ରାଷ୍ଟ୍ର ନିର୍ମାଣରେ ଯୋଗଦାନକୁ ପ୍ରଶଂସା କରିବା । ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉତ୍ତୋରତ୍ତର ଉନ୍ନତି କାମନା କରୁଛି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି ଯେ, ଗଣପର୍ବ ନୂଆଁଖାଇର୍ ଲାଗି ସମକୁ ହୁରୁଦରୁ ଶୁଭେଚ୍ଛା ଆର୍ ଅଭିନନ୍ଦନ୍। ତିହାର୍ ଭିତରେବି ସଭେଁ କୋଭିଡ୍ ନିୟମ୍ ମାନୁନ୍। ମାଁ ସମଲେଇ ସମକୁ ସୁଖ୍ ଶାନ୍ତି ଥି ବନେ କରି ରଖିଥାଉନ୍।

Leave a Reply

Your email address will not be published.