ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସ

ଭୁବନେଶ୍ବର, (ଓଡିଶା  ଟାଇମ୍): ବାୟୁସେନା ହେଲିକପ୍ଟର କ୍ରାସ୍ ଘଟଣା । ମୃତ ୧୩ଜଣଙ୍କ ମଧ୍ୟରେ ରହିଛନ୍ତି ଜଣେ ଓଡିଆ ଯବାନ । ମୃତ ଯବାନଙ୍କ ନାମ ରାଣା ପ୍ରତାପ ଦାସ ବୋଲି ଜଣାପଡିଛି । ତାଙ୍କ ଘର ତାଳଚେରର କଣ୍ଢାଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗାଁରେ ବୋଲି ସୂଚନା ରହିଛି ।

ଖବର ଅନୁଯାୟୀ, ବୁଧବାର ଦିନ ମଧ୍ୟାହ୍ନ ସମୟରେ ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲେ ।ଏହି ଦୁର୍ଘଟଣାରେ ସିଡିଏସ୍‌ଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ମୃତକଙ୍କ ମଧ୍ୟରେ ଜଣେ ଓଡିଆ ଯବାନ ରାଣା ପ୍ରତାପ ଦାସ ରହିଛନ୍ତି । ତାଙ୍କ ଘର ତାଳଚେର କଣ୍ଢାଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗାଁରେ । ରାଣା ପ୍ରତାପ ଦାସ ବାୟୁ ସେନାର ଜୁନିୟର ୱାରେଣ୍ଟ ଅଫିସର ଭାବେ କାର୍ଯ୍ୟରତ ଥିବା ସୂଚନା ମିଳିଛି । ତାଙ୍କ ବିୟୋଗରେ ପରିବାର ଓ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

Leave a Reply

Your email address will not be published. Required fields are marked *