ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ସଂକ୍ରମିତ, ପତ୍ନୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନାରେ ସଂକ୍ରମିତ ହୋଇଛନ୍ତି । ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି । ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନମୂନା ପରୀକ୍ଷା କରାଇନେବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି ।
ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ କରାଯାଇଥିବା ଟ୍ବିଟ୍ରେ ଲେଖାଯାଇଛି ଯେ, ‘ମାନ୍ୟବର ରାଜ୍ୟପାଳ ଏବଂ ତାଙ୍କ ପତ୍ନୀ କରୋନା ସଂକ୍ରମିତ ହୋଇଛନ୍ତି । ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ପରୀକ୍ଷଣ କରାଇନେବାକୁ ଅନୁରୋଧ ।’
ତେବେ ରାଜ୍ୟପାଳଙ୍କ ସହ ରାଜଭବନର ୬ ଜଣ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଛି ।