ରାଜ୍ୟରେ ଆଜି ୫ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୦୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୧୭୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *