ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ, ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି।ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୩୯୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.