ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଘଟଣା, ଜଣେ ଅଭିଯୁକ୍ତ ଅଟକ

କନ୍ଧମାଳ, (ଓଡିଶା ଟାଇମ୍) :କନ୍ଧମାଳରେ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଘଟଣାରେ ଅଭିଯୁକ୍ତକୁ ଅଟକ ରଖିଛି ପୋଲିସ । ଗତାକାଲି ସଂଧ୍ୟାରେ କନ୍ଧମାଳ ଜ଼ିଲ୍ଲା ସାରଙ୍ଗଡ଼ ଗାଁରେ ପୂର୍ବତନ ସରପଞ୍ଚ ବ୍ରଜରାଜ ବିଷୋୟୀଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରିଥିଲେ ଦୁର୍ବୃତ୍ତ l ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ସାରଙ୍ଗଡ଼ ଗାଁର ଡେପୁଟି ବିଶୋୟୀ ବ୍ରଜରାଜଙ୍କୁ ଘରକୁ ଡାକି ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ସାରଙ୍ଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

Leave a Reply

Your email address will not be published.