ଶ୍ରୀମନ୍ଦିରର ଜଣେ ସେବାୟତ କରୋନାରେ ଆକ୍ରାନ୍ତ
ପୁରୀ, (ଓଡିଶା ଟାଇମ୍) : ପୁରୀ ଶ୍ରୀମନ୍ଦିରର ଜଣେ ସେବାୟତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ୧୧୪୩ଜଣ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା ।
ତେବେ ଜଣଙ୍କୁ ଛାଡ଼ି ବାକି ୧୧୪୨ଜଣଙ୍କ ରିପୋର୍ଟ ନେଗେଟିଭ୍ ଆସିଛି । ସଂପୃକ୍ତ ସେବାୟତ କରୋନ ପଜିଟିଭ୍ ଚିହ୍ନଟ ହେବାପରେ ରଥଯାତ୍ରା ପୂର୍ବରୁ ତାଙ୍କୁ କୋଭିଡ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି ।
ତେବେ ରଥଯାତ୍ରା ପୂର୍ବରୁ କୋଭିଡ୍ ଟେଷ୍ଟ କରାଯିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସଂକ୍ରମିତ ଚିହ୍ନଟ ହେବା ପରେ ସଂପୃକ୍ତ ସେବାୟତଙ୍କୁ ରଥଯାତ୍ରା ରୀତିନୀତି ଅନୁଷ୍ଠିତ ପୂର୍ବରୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯାଉଛି । ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।