ଜାମ୍ମୁ-କାଶ୍ମୀର ସୋପିଆରେ ଏନ୍କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ନିହତ
ଜମ୍ମୁ-କାଶ୍ମୀର, (ଓଡିଶା ଟାଇମ୍) : ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପିଆନ ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଏବେ ମଧ୍ୟ ଆଉ ଜଣେ ଆତଙ୍କବାଦୀକୁ ଘେରି ରହିଛନ୍ତି ସୁରକ୍ଷାକର୍ମୀ । ଏହାସହ ସୋପିଆନର ସୁଗୁରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।
ପୂର୍ବରୁ ୩ ଆତଙ୍କବାଦୀଙ୍କୁ ଘେରି ରହିଥିଲେ ସୁରକ୍ଷାକର୍ମୀ । ଏବେ ସେମାନଙ୍କ ମଧ୍ୟରୁ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ ଯେ, ଜାମ୍ମୁ-କାଶ୍ମୀରରେ ସୁଗୋ ହେଧାମା କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ମିଳିଥିଲା । ଆତଙ୍କବାଦୀ ଲୁଚି ରହିଥିବାର ଖବର ମିଳିବା ପରେ ସେନା ଓ ସ୍ଥାନୀୟ ପୋଲିସ ମିଳିତ ଭାବେ ଜଏଣ୍ଟ ଅପରେସନ ଆରମ୍ଭ କରିଥିଲେ । ତେବେ ସୁରକ୍ଷାକର୍ମୀ ଘେରିବାର ଦେଖି ଆତଙ୍କବାଦୀ ଗୁଳି ଚାଳନା ଆରମ୍ଭ କରିଥିଲେ । ଆତଙ୍କବାଦୀଙ୍କ ଗୁଳିମାଡର ଦୃଢ ଜବାବ ଦେଇଥିଲେ ସେନାବାହିନୀ । କିଛି ସମୟ ଧରି ଗୁଳିବିନିମୟ ଜାରି ରହିବା ପରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି ।
ଗତ କିଛି ଦିନ ଜାମ୍ମ-କାଶ୍ମୀରରେ ଆତଙ୍କବାଦୀ ନିରୋଧୀ ଅଭିଯାନରେ ସେନାକୁ ସଫଳତା ମିଳିଛି ।