ସେପ୍ଟେମ୍ବର ୫ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍):   ସେପ୍ଟେମ୍ବର ୫ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ । ଏହାସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । କୋଭିଡ୍‌ କଟକଣା ଯୋଗୁଁ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହୋଇଥିଲା ।

ଚଳିତ ବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି। ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

Leave a Reply

Your email address will not be published.