ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ
ଭୁବନେଶ୍ବର, (ଓଡିଶା ଟାଇମ୍): ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ଏନେଇ ପ୍ରଣୟଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା।
ସୂଚନା ଅନୁସାରେ, ପ୍ରଣୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ମେ’ ୧୦ରେ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିଲା। ହେଲେ ଗତ ୪ ଦିନ ହେଲା ସେ ICUରେ ଥିଲେ। ତେବେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି।











