ଆଜି ପ୍ରକାଶ ପାଇବ +୨ କଳା ପରୀକ୍ଷା ଫଳ
ଭୁବନେଶ୍ବର, (ଓଡିଶା ଟାଇମ୍) : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଆସନ୍ତାକାଲି(ଶନିବାର) ପ୍ରକାଶ ପାଇବ। ଶନିବାର ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ଫଳ ପ୍ରକାଶ କରାଯିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ଏହାପରେ ଛାତ୍ରଛାତ୍ରୀ www.orissaresults.nic.in ଓ୍ୱେବ୍ ସାଇଟ୍ ରେ ସେମାନଙ୍କ ରୋଲ୍ ନମ୍ବର ଓ ଆବଶ୍ୟକ ତଥ୍ୟ ଦେଇ ପରୀକ୍ଷା ଫଳ ଜାଣିପାରିବେ । ଚଳିତ ବର୍ଷ ୨ ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀ କଳା ବିଭାଗରେ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଭାଗରେ ୮ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।