କାଲିଠୁ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର
ପୁରୀ, (ଓଡିଶା ଟାଇମ୍) : ଆସନ୍ତାକାଲିଠୁ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର। ହେଲେ ନୂଆବର୍ଷରେ ଅଧିକ ଜନଗହଳିକୁ ଦୃଷ୍ଟିରେ ରଖି ଗତକାଲି ଭଳି ଆଜି ମଧ୍ୟ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିବ।
କାଲିଠୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲାଗଲେ ପ୍ରତିଦିନ ୧୫ରୁ ୧୭ ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବୋଲି ଆଶା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ପୁରୀ ବାସିନ୍ଦାଙ୍କ ପାଇଁ ହୋଇଥିବା ୬ ଦିନିଆ ଦର୍ଶନ ବ୍ୟବସ୍ଥା ପରେ ଦିନକୁ ୧୫ରୁ ୧୭ ହଜାର ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ହୋଇପାରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।
ମହାପ୍ରଭୁଙ୍କ ଦର୍ଶନ ପାଇଁ ଯେଉଁ ଭକ୍ତ ଆସିବେ ସେମାନେ କୋଭିଡ୍ ନେଗେଟିଭ୍ ରିପୋର୍ଟ ଆଣିବା ବାଧ୍ୟତାମୂଳକ। ଯଦି ଶୃଙ୍ଖଳିତ ଦର୍ଶନ ହୁଏ ତେବେ ଫେବୃଆରୀରୁ ସ୍ଥିତି ଅନୁଧ୍ୟାନ କରି ପୂର୍ବଭଳି ଦର୍ଶନ ବ୍ୟବସ୍ଥା ହୋଇପାରେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।