ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା !

ଭୁବନେଶ୍ବର, (ଓଡିଶା ଟାଇମ୍) : ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଏ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ ୩ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ପର୍ୟ୍ୟନ୍ତ ପହଞ୍ଚିବ । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଗଜପତି, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଏହା ସହ ବାଲେଶ୍ବର, ସୋନପୁର, କୋରାପୁଟ, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ବୌଦ୍ଧ ଓ ମାଲକାନଗିରିରେ ବିଜୁଳି ଘଡ଼ ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published.