ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଓ ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ଏବଂ ଟ୍ରଫଲାଇନ୍‌ ପ୍ରଭାବରେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇଛି ।

  ଗତ ୨୪ ଘଣ୍ଟା ଭିତରେ ବଲାଙ୍ଗୀର, ଟିଟିଲାଗଡ, ଫୁଲବାଣୀ, ବୌଦ୍ଧ, ରାୟଗଡା, ବାରିପଦା, କୋରାପୁଟ ଓ ବାଲେଶ୍ବରରେ ବର୍ଷା ହୋଇଛି । ସେପଟେ ପୁରୀରେ ରଥଯାତ୍ରା ଚାଲିଥିବାବେଳେ ସେଠାରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *