୮ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ଵର, (ଓଟି): ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବେନା ରହିଛି। ମୌସୁମୀ ବାୟୁ ପ୍ରଭାବ ତଥା ବଙ୍ଗୋପସାଗରରେ ସୃଷ୍ଟ ଘୂଣ୍ଣିବଳୟ ହେତୁ ପାଣିପାଗରେ ଏହିପରି ପରିସ୍ଥିତି ଦେଖାଦେବ। ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଉଛି: ଗଜପତି, ରାୟଗଡ଼ା, କୋରାପୁଟ, ମାଲିକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ ନୂଆପଡ଼ା। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଅନୁଗୋଳ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ୨୧ ଓ ୨୩ ତାରିଖରେ ମଧ୍ୟ ବିକ୍ଷିପ୍ତ ଭାବେ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମ- କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଶୁକ୍ରବାର ଅଧିକ ଘନୀଭୂତ ହେବା କାରଣରୁ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ କିଛି ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ବଡ଼ ବଡ଼ ଲହଡି ଆସିବ। ତେଣୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଘୂର୍ଣ୍ଣିବଳୟ ସକ୍ରିୟ ରହିଲେ ବର୍ଷାର ଅବଧି ବଢ଼ିବ।

Leave a Reply

Your email address will not be published. Required fields are marked *