ଆଜି ଫେବୃୟାରୀ ୦୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଳ୍ଳ୍ ଓ ଛୋଟ ଦୋକାନ କାରବାରରୁ ଭଲ ଫଳ ମିଳି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖୀ ହେବେ ।

ବୃଷ

ଶାରୀରିକ ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ

ନିଜ ଲୋକଙ୍କ ସାହାର୍ଯ୍ୟରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ବନ୍ଧୁଙ୍କ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କର୍କଟ

ପର କଥାରେ ଭୁଲ୍ ମାର୍ଗ ଅନୁସରଣ କରି ଅପଦସ୍ଥ ହେବେ । ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ

ପାରିବାରିକ କ୍ଷେତ୍ରରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଅନ୍ୟମାନଙ୍କ ଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା

ଆଜି ପ୍ରତ୍ୟେକ କାମ ଠିକ୍ ସମୟରେ ସମ୍ପନ୍ନ ହେବା କାରଣରୁ ଖୁସି ରହିବେ । କଠିନ ପରିଶ୍ରମଜନିତ ଆକସ୍ମିକ ଭାବରେ ସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା

ଘରୋଇ ସମସ୍ୟା ସମାଧାନ ହୋଇଯିବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଚାକିରି କ୍ଷେତ୍ରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା

ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅବସାଦ ଲାଗି ରହିପାରେ । ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ

ଅଚାନକ ଭାବରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିବେ । ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୁଖୀ ହେବେ ।

ମକର

କର୍ମକ୍ଷେତ୍ରରେ ପରୋକ୍ଷ ସାହାର୍ଯ୍ୟ ଲାଭ କରି ମନୋବଳ କ୍ରମଶଃ ବୃଦ୍ଧି ପାଇବ । ପରିଶ୍ରମର ପାରିଶ୍ରମିକ ପାଇବେ, ଏଥି ସକାଶେ କଳହ କରିବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ

ମାନସିକ ସ୍ଥିତି ଯାହା ଥାଉନା କାହିଁକି ଅନ୍ୟମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ

ଆଜି ଦିନଟିରେ ଯାହା କହିବେ କିମ୍ବା କରିବେ ତାହା ଆପଣଙ୍କ ବିପକ୍ଷରେ ଯାଇପାରେ । ନିଜ ପରିସରରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଜଣେ କାମରେ ଅସହଯୋଗ କରିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

 

Leave a Reply

Your email address will not be published.