ଆଜି ଡିସେମ୍ବର ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଦୀର୍ଘ ସମୟ ଧରି ପାରିବାରିକ ଅସ୍ଥିରତା ଯୋଗୁ କୌଣସି କାମରେ ମନ ଲାଗିବ ନାହିଁ । କର୍ମକ୍ଷେତ୍ରରେ ପୂର୍ବ ଯୋଜନା ଅନୁଯାୟୀ ପରିସ୍ଥିତିକୁ ସାମ୍ନା କଲେ ଉପକୃତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ

କୌଣସି କ୍ଷେତ୍ରରେ ପ୍ରତିବାଦ କଲେ ଅପଦସ୍ଥ ହେବେ ଓ ବିଫଳତା ଯୋଗୁ ମନସ୍ତାପ କରିବେ । ଦୂରଯାତ୍ରା ସକାଶେ ବ୍ୟବସାୟିକ କ୍ଷେତ୍ର ପାଇଁ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ l

ମିଥୁନ

ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସମାଧାନ କରିବା ସକାଶେ ମାନସିକ ସ୍ତରରେ ପ୍ରସ୍ତୁତ ହୋଇପାରନ୍ତି । ଦାୟିତ୍ୱ ବଢିବାରୁ ମାନସିକ ସ୍ତରରେ ପ୍ରସ୍ତୁତ ହୋଇପାରନ୍ତି । ଦାୟିତ୍ୱ ବଢିବାରୁ ମାନସିକ ଚାପ ବଢିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ

କର୍ମକ୍ଷେତ୍ରରେ ସମ୍ମାନ, ସଦିଚ୍ଛା ସହ ଗସ୍ତ କାର୍ଯ୍ୟକ୍ରମ ବଢିପାରେ । ଅନ୍ୟମାନଙ୍କ କଥା ଶୁଣି କୌଣସି କାମ କଲେ ଅସୁବିଧାରେ ପଡିବେ । ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ସଫଳତା ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

ସିଂହ

ସମ୍ପୂର୍ଣ୍ଣ ଭାବରେ ସମସ୍ୟା ମୁକ୍ତ ନ ହେଲେ ମଧ୍ୟ କେତେକାଂଶରେ ହାଲୁକା ମନେ କରିବେ । କ୍ରୀଡା, ସଂଗୀତ, ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା

ବିଳମ୍ବିତ ସମୟରେ କାର୍ଯ୍ୟ ହାସଲ ହେତୁ ବ୍ୟସ୍ତତା ବୃଦ୍ଧି କରିପାରନ୍ତି । ଆର୍ଥିକ ସମସ୍ୟା ସୁଧାରିବା ସକାଶେ ଋଣ ସୂତ୍ରରେ ଅର୍ଥ ଲାଭ କେିବେ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା 

କୌଣସି ପୁରୁଣା କଥାକୁ ମନେପକାଇ ଭାବବିହ୍ୱଳ ହୋଇପାରନ୍ତି । ଅଭାବ ନ ଥିଲେ ମଧ୍ୟ ପରିସ୍ଥିତିବଶତଃ କୌଣସି ଜିନିଷ ସହଜଲଭ୍ୟ ନ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ରଙ୍ଗ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା

କଥା ଓ କାମର ତାଳମେଳ ନ ରହିବା ଆପଣଙ୍କ ସକାଶେ ଦୁଶ୍ଚିନ୍ତାର ମାତ୍ରାକୁ ବଢାଇ ଦେବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରି କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ

ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟର ଦୋଷତ୍ରୁଟି ଖୋଜି ବୁଲିଲେ କାର୍ଯ୍ୟହାନୀ ସଙ୍ଗକୁ ଶତ୍ରୁତା ବଢିଯିବ । କୌଣସି ଜିନିଷ ଅଭାବକୁ କେନ୍ଦ୍ର କରି ଉନ୍ନୟନ କାମ ବାଧାପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମକର

କୌଣସି କାମରେ ବାରମ୍ବାର ପ୍ରତିବନ୍ଧକ ଘଟିବା କାରଣରୁ ଦୁଃଖିତ ହୋଇପାରନ୍ତି । ଆଜିର ଯାତ୍ରା, ବାଣିଜ୍ୟ,ହାତକୁ ନେଇଥିବା କାମ, କଚେରି ମାମଲାରେ ସଫଳତା ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୁଖୀ ହେବେ ।

କୁମ୍ଭ

ଆଜି ଯାହା ଚାହୁଁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ଅନ୍ୟମାନେ ପରୋକ୍ଷ ଭାବରେ ତାହା କରାଇ ନ ଦେବାକୁ ଚେଷ୍ଟା କରିପାରନ୍ତି । ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ

ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ କରି ନ ପାରିବା କାରଣରୁ ମାନସିକ ସ୍ତରରେ ଗ୍ଳାନି ଅନୁଭବ କରିପାରନ୍ତି । କୌଣସି ଗୋଟିଏ ସମସ୍ୟା ସମାଧାନ କରିବା ବେଳକୁ ଅନ୍ୟ ଏକ ସମସ୍ୟା ଆସିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।

Leave a Reply

Your email address will not be published. Required fields are marked *