ଆଜି ଫେବୃୟାରୀ ୧୦ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ସ୍ୱଗୃହୀ ଚତୁର୍ଥଚନ୍ଦ୍ର ଯୋଗୁ ଦିନଟି ଖୁସିବାସିରେ କଟିଯିବ । ଜଣାଶୁଣା ବ୍ୟକ୍ତିଙ୍କ ନିକଟରୁ ସମ୍ମାନ ଓ ସଦ୍ଦିଚ୍ଛା ପାଇ ସବୁ ଦୁଃଖ ବୁଲିଯିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ l

ବୃଷ

ବଡପଣିଆ ମନରେ ରହିବ ସିନା, ହାତଖାଲି ହେତୁ କାମରେ ରଖିପାରିବେ ନାହିଁ । ଅଯଥା ଭାବନାକୁ ନେଇ ବ୍ୟସ୍ତ ହେଲେ ହେଁ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ – ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବେ । କର୍ମକ୍ଷେତ୍ରର ବିଫଳତା ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ

ପ୍ରତିକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ । ଆଜି ଆପଣ ଅର୍ଥ, ସମ୍ମାନ, କାର୍ଯ୍ୟସିଦ୍ଧିର ବାର୍ତ୍ତା ବହନ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।

ସିଂହ

ଆଜି ଖର୍ଚ୍ଚାନ୍ତ ହୋଇ ଚେଷ୍ଟା କରୁଥିବା କାର୍ଯ୍ୟ ସାଧନ କରିବେ । ସମ୍ପର୍କୀୟଙ୍କ ଅସହଯୋଗ ସତ୍ତ୍ୱେ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା

କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା

ସ୍ୱାସ୍ଥ୍ୟ ଅପରିବର୍ତ୍ତିତ ରହିବ ଓ କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇପାରିବ । ଅଭାବ ନ ଥାଇ ମଧ୍ୟ ଭୁଲ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା

ପ୍ରତ୍ୟେକ କାମରେ ସଫଳତା ପାଇଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ନ ହେବାରୁ ଅସନ୍ତୁଷ୍ଟ ରହିବେ । ସନ୍ତାନଙ୍କ ସ୍ୱାସ୍ଥ୍ୟହାନିଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ରୋଗୀ- ସତର୍କତାର ଦିନ ।

ଧନୁ

ଅଧିକାଂଶ କ୍ଷେତ୍ରରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର

ଅନ୍ୟମାନଙ୍କ ପ୍ରରୋଚନାରେ ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ

ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା ପାଇଁ ମନ ବଳାଇବେ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମାନସିକ ସ୍ଥିତିକୁ ଦୋହଲାଇ ଦେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ

ଆଜି ଯାହାକୁ ଯାହା କରିବେ ତାହାକୁ ଅନ୍ୟମାନେ ଖୁସି ମନରେ ଗ୍ରହଣ କରିବେ । ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।

 

Leave a Reply

Your email address will not be published. Required fields are marked *