ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ । ସମ୍ପର୍କୀୟମାନେ ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ । ପାରିବାରିକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବାକୁ ପଡିବ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୪ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ

ପ୍ରତ୍ୟେକ କାର୍ଯ୍ୟକୁ ସୁବିଧାରେ ସମ୍ପନ୍ନ କ୍ଷେତ୍ରରେ ପ୍ରତିକୂଳ ବାତାବରଣକୁ ସାମ୍‌ନା କରିବାକୁ ପଡିବ । କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ । ଆନୁ ।ନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ

କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ ସତ୍ୟ କହିବାକୁ ତିକ୍ତତା ସୃଷ୍ଟି ହୋଇପାରେ । ନୂତନ କର୍ମାରମ୍ବ ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କାମ ହାସଲ କରିବେ । ରାଜନୀତି, ସଙ୍ଗଠନ,ସଭାସମିତି ଓ ଆନୁ ।ନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ

ଆକସ୍ମିକ ଜଣେ ପ୍ରତି ।ବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି । ମାଲିମୋକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ

ପାରିବାରିକ ଋଣ ଭାରରେ ଅତି  ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ । କ୍ରୀଡା,କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।  ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୯ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ  ବୁଧକାରକ ଚେର ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

କନ୍ୟା

ଦୀର୍ଘ ଦିନରୁ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ । ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୬ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା

ଗତ କେତେ ଦିନ ହେଲା ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହିଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରିପାରିବେନି । ଶତ୍ରୁ ଠାରୁ ଦୂରତା ରଖି କାମ କରିବା ଭଲ । ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଗୃହିଣୀ- ସୁଖୀ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ବିଛା

ଯେଉଁ କାମଟି ଦୀର୍ଘ ଦିନ ହେଲା ହୋଇ ପାରି ନ ଥିଲା ଆଜି ତାହା ହୋଇଯିବ । ଯେତେ ଅର୍ଥ ପାଇଲେ ମଧ୍ୟ ଆହୁରି ଅଧିକ ଆଶା କରିବେ । ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରିବେ ଓ ସଫଳ ମଧ୍ୟ ହେବେ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୩ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ଧନୁ

କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ପରୀକ୍ଷାରେ ପିଲାଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମକର

ଶାରୀରିକ ଅସୁସ୍ଥତା ଦୂରେଇବା ହେତୁ ମାନସିକ ଆଶ୍ୱସ୍ତି ଲାଭ କରିବେ । ହଠାତ୍ କୌଣସି ବିସ୍ମୟ ସୃଷ୍ଟିକାରୀ ଖବର ପାଇ ବିଚଳିତ ବୋଧ କରିବେ । ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହ-ଯୋଗ ଲୋଡିପାରନ୍ତି ।  ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୩ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ

ଆଜି ବନ୍ଧୁ ସହ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ର କରି ପାଟିତୁଣ୍ଡ ଲାଗି ରହିବ । ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଭିକ୍ଷା କରିପାରନ୍ତି । ଦେହ ଭଲ ରହିଲେ ମଧ୍ୟ କ୍ରନିକ୍ ରୋଗରେ କଷ୍ଟ ପାଇପାରନ୍ତି । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୫ ।

ଗୃହିଣୀ- ପରକୁ ଆପଣାର କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ମୀନ

ଅନ୍ୟ ଦ୍ୱାରା ପ୍ରଭାବିତ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହେବ । ପିଲାଙ୍କ ସ୍ୱାସ୍ଥ୍ୟହାନି ସକାଶେ ମନ ଅସ୍ଥିର ରହିବ ଓ ମାନସିକ ବ୍ୟଥା ଅନୁଭବ କରିବେ । ପରିସ୍ଥିତିବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ  କଫି । ଶୁଭ ଅଙ୍କ ୮ ।

ଗୃହିଣୀ- ଧାର୍ମିକ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- ସହଯୋଗ ମିଳିବ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

Leave a Reply

Your email address will not be published.