ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଆଜି କର୍ମକ୍ଷେତ୍ରର ପାରିପାଶ୍ୱିର୍କ ପରିସ୍ଥିତି ବହୁତ ଭଲ ରହିବ । ଆକସ୍ମିକ ଭାବରେ କୌଣସି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଅନୁରୋଧବଶତଃ ଦୂର ଯାତ୍ରା କରିବାକୁ ପଡିପାରେ । କିନ୍ତୁ ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ବୃଷ
ନିଜ ସନ୍ତାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ । ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ
ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ । ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ । ଆଜି ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଯେ କୌଣସି ପରିସ୍ଥିତି ହେଉନା କାହିଁକି, ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଆକସ୍ମିକ ଭାବରେ ଦୂରରେ ରହୁଥିବା ବନ୍ଧୁଙ୍କ ନିକଟକୁ ଆଶା କରୁôଥିବା ଶୂଭ ଖବର ଶୁଣି ଖୁସି ହେବେ । ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ସିଂହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହ-ଯୋଗ ପାଇବେ । ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି । ଅସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ପରିବହନରେ ହଠାତ୍ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାର ଆଶଙ୍କା ସୃଷ୍ଟି କରିବ । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା
ପଛ କଥା ମନକୁ ନ ଆଣି ଯାହା କରିବା କଥା ଶୀଘ୍ର କରନ୍ତୁ । ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି । ସାୟାହ୍ନେ ପାରିବାରିକ ଅଶାନ୍ତି ହେତୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ୭ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବିଛା
ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାର ସମସ୍ୟା ଚିନ୍ତା କରି ମନ ଭାରାକ୍ରାନ୍ତ ରହିବ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଧନୁ
ସାଧାରଣ କଥାକୁ କେନ୍ଦ୍ର କରି ପାରିବାରିକ କ୍ଷେତ୍ରରେ ଅସ୍ଥିରତାର ସମ୍ଭାବନା ରହିଛି । ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଆଶା କରିଥିବା ଖବର ପାଇ ସାମୟିକ ଆନନ୍ଦ ଅନୁଭବ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ମକର
ଆଜି ମାନସିକ ସ୍ଥିରତା କେତେମାତ୍ରାରେ କ୍ଷୁଣ୍ଣ ହୋଇପାରେ । କର୍ମକ୍ଷେତ୍ରରେ ସମସ୍ୟା ହଠାତ୍ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ । ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିରୋଧର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କୁମ୍ଭ
ସ୍ୱାସ୍ଥ୍ୟ ସମସ୍ୟା ପୂର୍ଣ୍ଣମାତ୍ରାରେ ଉପଶମ ନ ହେଲେ ମଧ୍ୟ ପୂର୍ବାପେକ୍ଷା ନିୟନ୍ତ୍ରଣ ମଧ୍ୟରେ ରହିବ । ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡିବ । ଆଜି ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡିକ ସମ୍ପନ୍ନ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମୀନ
ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।