ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଆଜି ଜଣେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ବନ୍ଧୁମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି । ଅଫିସ୍ ରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ
ଆଜି ଆପଣଙ୍କ କଥା ଯେମିତି, କାମ ମଧ୍ୟ ସେମିତି ହେବ । ନିଜ ଲୋକ ବିରୋଧ କରୁଥିଲେ ମଧ୍ୟ ଶୁଭେଚ୍ଛୁମାନେ ଆପଣଙ୍କୁ ସୁହାଇବା ଭଳି କଥା କହିବେ । ପାରିବାରିକ ଅଶାନ୍ତିର ହେତୁ ମନରେ ଭାବନାର ଜୁଆର କେନ୍ଦ୍ରୀଭୂତ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ
ସାହାନୁଭୂତିର ସହ କଥା ଓ କାମରେ ସନ୍ତୁଷ୍ଟ କରାଇ ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ । ବିଭିନ୍ନ ଯୋଜନା କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ ଅନୁକୂଳ ବାତାବରଣ ସୃଷ୍ଟି ହେବ । ମତଭେଦ କାରଣ କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ
ଆଜି ଆପଣଙ୍କ ସ୍ୱାସ୍ଥ୍ୟ, ଯାତ୍ରା, ବ୍ୟବସାୟରେ ଦୁଶ୍ଚିନ୍ତା ଦେଖା ଦେଇପାରେ । ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନା ଗୁଡିକ ଠିକ୍ ଭାବେ ସମ୍ପୂର୍ଣ୍ଣ ହେବାର କ୍ଷୀଣ ଆଶା ରହିଛି । ବନ୍ଧୁଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତିରୁ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୧ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ସିଂହ
ଆଜି ପ୍ରତ୍ୟେକ କ୍ଷେତ୍ର ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ ହେବାର ସମ୍ଭାବନା ରହିଛି । ଆଲୋଚନା ପରିସରରେ ପିଲାଳିଆମି କଥାରୁ ଦୂରେଇ ରହିଲେ ଭଲ । ବିଦେଶ ଯାତ୍ରା ପାଇଁ ଦିନଟି ଭଲ । କାର୍ଯ୍ୟ ଦକ୍ଷତାକୁ ନେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କନ୍ୟା
ବିଭିନ୍ନ ସମସ୍ୟା ମଧ୍ୟରେ ଜର୍ମକ୍ଷେତ୍ର ଅଶାନ୍ତ ରହିପାରେ । ବିରୋଧୀମାନଙ୍କ ଦ୍ୱାରା ହଠାତ୍ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବାର ଆଶଙ୍କା ରହିଛି । କିନ୍ତୁ ସାମାଜିକ ସ୍ତରରେ ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ତୁଳା
ଆଜି ବିବାଦରୁ ଦୂରେଇ ରହନ୍ତୁ, ଅନ୍ୟଥା ପରିସ୍ଥିତି ସଙ୍ଗିନ୍ ହୋଇପାରେ । ପ୍ରତିଦ୍ୱନ୍ଦ୍ୱିତା କଲେ ଲାଭ ହେବନି । ଆର୍ଥିକ ସ୍ଥିତି ଭଲ ରହିବ, କିନ୍ତୁ ଆତ୍ମୀୟ ସ୍ୱଜନଙ୍କ ଅସହିଷ୍ଣୁତା ଦୁଶ୍ଚିନ୍ତାର କାରଣ ହୋଇପାରେ । ଆଇନ ଅଦାଲତ କ୍ଷେତ୍ରରୁ ଆଶାନୁଯାୟୀ ସୁଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବିଛା
ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କ ଆପଣେଇ ନେବେ ଓ କାମ ହାସଲ କରିବେ । ପାଖ ପଡୋଶୀମାନଙ୍କ ନିୟନ୍ତ୍ରଣ କ୍ରମେ ମନୋରଞ୍ଜନରେ ଆଗ୍ରହ ପ୍ରକାଶ କରିପାରନ୍ତି । ଅଫିସିଆଲି କାମ ସକାଶେ ଅପରାହ୍ନରେ ଟେନ୍-ସନ୍ ବଢିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଧନୁ
ଅଭାବ ନ ଥିଲେ ମଧ୍ୟ କୌଣସି ବ୍ୟକ୍ତିର ପରୋକ୍ଷ ମନ୍ତ୍ରଣା ମାନସିକ ସୁସ୍ଥତାକୁ ନଷ୍ଟ କରିବ । ପରିଜନଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ । ହିତୈଷୀଙ୍କ ସଗ-ଯୋଗରୁ ଅର୍ଥ ଓ ସମ୍ମାନ ମିଳିବ,ବ୍ୟବସାୟିକ ଉନ୍ନତି କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର
ବନ୍ଧୁଙ୍କ କଥାକୁ ପାଳନ କଲେ ଉପକୃତ ହେବେ । ଦୂରାଗତ ବନ୍ଧୁଙ୍କ ଆଗମନ ହେତୁ ପାରିବାରିକ କ୍ଷେତ୍ର ଚଳଚଞ୍ଚଳ ରହିବ । ପରିବହନ, ପ୍ରଶାସନ, ପ୍ରକାଶନ, ସାହିତ୍ୟ, ସାମ୍ବାଦିକତା ତଥା ରଚନାତ୍ମକ କାମ ପାଇଁ ଆଜି ଦିନଟି ପ୍ରକୃଷ୍ଟ ଦିବସ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କୁମ୍ଭ
ପ୍ରତ୍ୟେକ କାମକୁ ସମ୍ପନ୍ନ କରିବେ ସତ, କିନ୍ତୁ ଟେନସନ୍ ଜମା ଛାଡିବେ ନାହିଁ । ସମସ୍ୟା ସମାଧାନ ହେବ, ମାତ୍ର ଅସୁବିଧାରେ ଶେଷ ପର୍ଯ୍ୟାୟରେ । ଘରର ବରାଦ ଅନୁଯାୟୀ ଆଜି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମୀନ
ଆପଣଙ୍କ ଚିନ୍ତାଧାରା ଭଲ ହେଲେ ମଧ୍ୟ କ’ଣ ହେବ ସତ କହି ସମସ୍ୟାକୁ ଡାକି ଆଣିବେ । ଅବଶ୍ୟ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଦେଖେଇ ଶିଖେଇ ବହୁତ କଥା କହିପାରନ୍ତି । ଫଳରେ କେତେକ କ୍ଷେତ୍ରରେ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।