ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଜି କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାର୍ଯ୍ୟ ଓ ସହ-ଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି । ଯାନ୍ତ୍ରିକ ଶିଳ୍ପରେ ଉନ୍ନତି, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ । ପରିବାରରେ ଅଶାନ୍ତି ଦୂର ହେବା ପାଇଁ ବନ୍ଧୁଙ୍କ ସାହାର୍ଯ୍ୟ ନେଇ ପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ

ସନ୍ତାନ ହେତୁକ ଅନାଦର ଭାବ ଅନୁଭବ କରି ଦୁଃଖିତ ହେବେ । ଆଜି ବିଶେଷ ଅସୁବିଧା ନ ହେଲେ ମଧ୍ୟ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ସୃଷ୍ଟି ହୋଇପାରେ । ଅନ୍ୟମନସ୍କ ରହିବା ହେତୁ କୌଣସି ଭୁଲ୍ କାମ କରି ଅନୁତପ୍ତ ହୋଇପାରନ୍ତି । ଆଜି ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ

ଚେଷ୍ଟା କରୁଥିବା କାମରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ । ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେବା ଶୁଭଫଳ ଦେବ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅଶାନ୍ତିକୁ ଡାକି ଆଣିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ

ଉଚ୍ଚ ପଦାଧିକାରୀଙ୍କୁ ମନକଥା କହି କାମ ହାସଲରେ ସମର୍ଥ ହେବେ । ମନକୁ ସୁହାଇଲା ଭଳି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସଫଳ ହେବେ । ଅନ୍ୟାୟ ବିରୋଧରେ ସ୍ୱର ଉଠାଇବେ ସତ ସହ-ଯୋଗ ପାଇବା କଷ୍ଟକର ହେବ । ବିଶେଷ ଭ୍ରମଣ କାରଣରୁ ସ୍ୱାସ୍ଥ୍ୟହାନି ଦେଖା ଦେଇ ପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ

ବିଭିନ୍ନ ପ୍ରକାରର କାମ ଚାପରେ ମାନସିକ ସ୍ଥିରତା ରହିବ ନାହିଁ । ସଭାସମିତିରେ ପ୍ରିୟଜନମାନଙ୍କୁ ଯୁକ୍ତିଯୁକ୍ତ କଥା କହି ସମସ୍ୟାକୁ ସୁଧାରି ନେବେ । କିଛି ମୂଲ୍ୟବାନ୍ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି । ନିଜ ପସନ୍ଦର ଜିନିଷ ଆଣିବା ପାଇଁ ସ୍ୱାମୀଙ୍କୁ ଅନୁରୋଧ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା

ଆଜି ବିଭିନ୍ନ ଦିଗରୁ ସାହାର୍ଯ୍ୟ, ସହ-ଯୋଗର ଅବାରିତ ଧାରା ବହି ଆସିବ । ଜମିଜମା, ମାଲିମୋକଦ୍ଦମା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । କୌଣସି ନୂତନ ଭାବରେ ଆରମ୍ଭ କରିବାକୁ ଥିବା କାମ ନିର୍ବିଘ୍ନରେ ସମାପନ କରିପାରିବେ । ଶୁଭ ରଙ୍ଗ ଗାଢ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା

ଆଜି ପାରିବାରିକ, ସାମାଜିକ, ରଜନୈତିକ, ସାଂଗଠନିକ ଓ ଲୋକ ସମ୍ପର୍କ କ୍ଷେତ୍ରରେ ସୁଫଳ ପାଇବେ । ଅତି ନିକଟରେ ରହି ସାହାର୍ଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅଫିସରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା

ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ଦୀର୍ଘଦିନରୁ ଚିନ୍ତା କରୁଥିବା କାମରେ ଅଗ୍ରଗତିର ସୂଚନା ପାଇ ସାମୟିକ ଖୁସି ହେବେ । ବନ୍ଧୁମିଳନ ସହ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ଧନୁ

ଉଚ୍ଚବର୍ଗଙ୍କ ସହାୟତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ସମସ୍ୟାର ସମାଧାନ ହୋଇଯିବ । ଅତୀତ ଘଟଣାକୁ ଚିନ୍ତା କରି ଆଜି ସକାଳୁ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଆକ୍ରାନ୍ତ କରିବ । ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର

ରଚନାତ୍ମକ କାମ, ଗବେଷଣା, ଅନୁସନ୍ଧାନ, କଳା, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ । ଗୁରୁବର୍ଗୀୟ ବ୍ୟକ୍ତିଙ୍କ ଆରୋଗ୍ୟ ସକାଶେ ବ୍ୟାକୁଳତା ପ୍ରକାଶ ପାଇବ । ଯୁକ୍ତିଯୁକ୍ତ କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କୁ ମୁଗ୍ଧ କରିବାରେ ଅଗ୍ରଣୀ ହେବେ । ଶୁଭ ରଙ୍ଗ ଗାଢ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ

ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ । ଦୀର୍ଘ ପ୍ରତୀକ୍ଷାରେ ଅବସାନ ଘଟିବ ଏବଂ ହଠାତ୍ କୌନସି ଖବର ପାଇ ଖୁସି ହେବେ । ମାଙ୍ଗଳିକ ତଥା ଜନକଲ୍ୟାଣମୂଳକ କାମରେ ନିଜକୁ ନିୟୋଜିତ କରି ଖୁସି ରହିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ

ଆଜି ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବା ସହ ନିଜ ଲୋକମାନଙ୍କ ଶତ୍ରୁତା ଦୁଶ୍ଚିନ୍ତା କୁ ବୃଦ୍ଧି କରିବ । ଗତକାଲି ଠାରୁ ସ୍ଥଗିତ କାମକୁ ଆଜି ପୂରା କରିବା ପାଇଁ ନିଷ୍ପତ୍ତି ନେବେ । ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ୱିତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

Leave a Reply

Your email address will not be published. Required fields are marked *