ଆଜି ଡିସେମ୍ବର ୧୩ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଦିନଟି ଭଲରେ କଟିବ । ତରବରିଆ ନ ହୋଇ ସ୍ଥିର ପଦକ୍ଷେପ ନେଲେ ଉପକୃତ ହେବେ । ଦୂରଯାତ୍ରାରେ କୌଣସି ବ୍ୟକ୍ତିଙ୍କ ସହ ଅପ୍ରିୟ ସତ କହି ବିରୋଧୀ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟାରମ୍ଭର ପରକ୍ଷଣରେ ତାହା ଜଟିଳ ଆଡକୁ ଗତି କରିବ । ରୋହିଣୀ ନକ୍ଷତ୍ରର ଅର୍ଥ , ଭୋଗ ବିଳାସ ମଧ୍ୟରେ ସମୟଟି ଭଲରେ ଅତିବାହିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ

ସକାଳୁ ସକାଳୁ ହଠାତ୍ ସାଧାରଣ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ସମସ୍ୟାରେ ପଡିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

କର୍କଟ

କର୍ମକ୍ଷେତ୍ରରେ ମଜାଳିଆ କଥା କହି ମନ ଜିଣିବେ । ଅତି ନିକଟରେ ରହୁଥିବା ମିତ୍ରମନେ କିଛି ପାଇବା ଆଶାରେ ପ୍ରଶଂସା ଗାଇ ବୁଲିବେ । ପରିବାରରେ ଡରିମରି କାମ କରିବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ

ଅତୀତର ଘଟଣାଗୁଡିକର ସମୀକ୍ଷାଜନିତ କୌଣସି ଅସୁବିଧା ନ ଥାଇ ମଧ୍ୟ ମନ ବିଚଳିତ ହେବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା

ଭାବୁଥିବା କାମଟି ବିଧିବଦ୍ଧ ଭାବେ ନ କରିବାକୁ ସୁଯୋଗ ହାତଛଡା ହୋଇପାରେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟି କୋଣରୁ ବିଚାର କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ତୁଳା

ସମ୍ପର୍କୀୟ ଶତ୍ରୁତା ଯୋଗୁ ବିଚଳିତ ବୋଧ କରିବାକୁ ପଡିବ । ପାରିବାରିକ ସଦ୍ ଭାବ ଅକ୍ଷୁର୍ଣ୍ଣ ରହିବ । ମାତ୍ର ନିଜକୁ ଟିକେ ନରମି କହିବାକୁ ପଡିପାରେ । ଅଭାବ ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ରଙ୍ଗ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧାର୍ମିକ ହେବେ l

ବିଛା

ଲୋକସମ୍ପର୍କ ବୃଦ୍ଧି ପାଇବାରେ ନିଜ ଲୋକ ହିଁ ପ୍ରତିବନ୍ଧକ ସୃଷ୍ଟି କରିବେ । ଅଫିସ୍ ରେ ଥିବା ସମୟରେ ବନ୍ଧୁଙ୍କ ବିଷୟରେ କୌଣସି ଖବର ପାଇ ବିସ୍ମିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ

କର୍ମକ୍ଷେତ୍ରରେ କୌଶଳ ପ୍ରୟୋଗ କରି ନିଜ ପରିସରରେ ପ୍ରତି ିତ ହେବେ । ବନ୍ଧୁମାନଙ୍କ ଆହ୍ୱାନ କ୍ରମେ କୌଣସି ଶୂଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ସଭା ସମିତିରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର

ଆଶା ପୂରଣ ହେବାରେ ଜଣେ ବାଲ୍ୟ ବନ୍ଧୁ ସାହାର୍ଯ୍ୟ କରିବେ । ସାଧାରଣ କଥାକୁ କେନ୍ଦ୍ର କରି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଝଗଡା ଲାଗିପାରେ । ସାଂସ୍କୃତିକ ଅନୁ ।ନର ସଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କୁମ୍ଭ

ସମସ୍ୟା ସମାଧାନର ରାସ୍ତା ଖୋଜିବାରେ ସମର୍ଥ ହେବେ । ଭୁଲ୍ ବୁଝାମଣା ଓ ସନ୍ଦେହ କାରଣରୁ ପରିବାରରେ ବିଶୃଙ୍ଖଳା ଦେଖା ଦେଇପାରେ । ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।

ମୀନ

ନିଜେ କଷ୍ଟ ସ୍ୱୀକାର କଲେ ମଧ୍ୟ ମିଠା କଥା କହି ସମସ୍ୟାକୁ ସୁଧାରି ନେବେ । ଅଧିକାଂଶ ସମୟରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ମନୋରଞ୍ଜନରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

 

Leave a Reply

Your email address will not be published. Required fields are marked *