ଆଜି ମାର୍ଚ୍ଚ ୧୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ପାରିବାରିକ ସ୍ତରରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ । ସତର୍କତା ଅଭାବରୁ ହାତ ମୁଠାରୁ ସୁଯୋଗ ଖସିଯିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଚେଷ୍ଟା କରୁଥିବା କାର୍ଯ୍ୟହାନି କାରଣରୁ ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଉତ୍ତମ ଫଳ ପାଇବେ ।

ମିଥୁନ

କାର୍ଯ୍ୟ ହାସଲ ସକାଶେ ପର ଉପରେ ନିର୍ଭର କରି ଚିନ୍ତାକୁଳ ହେବେ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ 

ଆଶା ଅପୂରଣ ରହିବା କାରନରୁ ଭାବପ୍ରବଣତା ବୃଦ୍ଧି ପାଇବ । ଭୁଲ୍ ବୁଝାମଣା ବଶତଃ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ସିଂହ

କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ । କ୍ରନିକ ରୋଗଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା 

ବନ୍ଧୁଙ୍କ ପରାମର୍ଶରେ ତୀର୍ଥାଟନ କଥା ଚିନ୍ତା କରିପାରନ୍ତି । ଭୁଲ୍ ବୁଝାମଣା କାରଣରୁ ପାରିବାରିକ ସ୍ତରରେ ଦୁର୍ଭାବନା ବଢି ବଢି ଚାଲିବ । ବାରମ୍ବାର ଧୋକା ଖାଇ ଅନ୍ୟମାନ୮୍‌କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।

ତୁଳା

ଯୁକ୍ତିତର୍କଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ । ଆବଶ୍ୟକତା ଭରଣା କରିବା ସକାଶେ ଧାର ସୂତ୍ରରେ ଅର୍ଥ ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା

କଠିନ ଶ୍ରମ ପରିପ୍ରେକ୍ଷୀରେ ଆର୍ଥିକ ପରିସ୍ଥିତିରେ ସୁଧାର ଆସିପାରେ । ସ୍ୱାର୍ଥସାଧନ ନୈରାଶ୍ୟରେ ଆତ୍ମୀୟମାନେ କ୍ରମଶଃ ଦୂରେଇ ଯିବେ । ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।

ଧନୁ

ଅପ୍ରିୟ ସତ୍ୟ ଭାଷଣଜନିତ ଅନ୍ୟମାନଙ୍କର ଚକ୍ଷୁଶୂଳ ହେବେ । ଆକସ୍ମିକ ଭାବରେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିପାରନ୍ତି । ପାରିବାରିକ ସ୍ତରରେ ସ୍ତ୍ରୀଙ୍କ ଚିଡା ସ୍ୱଭାବ ପାଇଁ କ୍ଷୁବ୍ଧ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର

କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ନିଜ ଚତୁଃପାଶ୍ୱର୍ରେ ଘଟିଯାଉଥିବା ଘଟଣାଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଶ୍ରମ ସାର୍ଥକ ହେବ ।

କୁମ୍ଭ

ଅତୀତକୁ ଧରି ବସିଲେ ଏହି ସମୟରେ ସୁବିଧା, ସୁଯୋଗକୁ ହରାଇବାକୁ ପଡିବ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟରେ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ

ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରିଗରେ କଷ୍ଟ ପାଇବେ । ଗୋଟିଏ କାମରେ ହାତ ଦିଅନ୍ତୁ କିନ୍ତୁ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

 

Leave a Reply

Your email address will not be published. Required fields are marked *