ଆଜି ଜାନୁଆରୀ ୧୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି ପାରିବାରିକ କ୍ଷେତ୍ରରେ ସମସ୍ୟା ଲାଗି ରହିବା କାରଣରୁ ମାନିକ ସ୍ଥିରତା ରହି ନ ପାରେ । ପଡୋଶୀ କିମ୍ବା ସହକର୍ମୀମାନେ ସାଧାରଣ କଥାରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବୃଷ
ଖର୍ଚ୍ଚ ଭାର ବୃଦ୍ଧି ସାଙ୍ଗକୁ ଆତ୍ମୀୟଙ୍କ ତାଚ୍ଛଲ୍ୟ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ଘର କମରେ ଆଳସ୍ୟ ଓ ଅବହେଳା ଯୋଗୁ ସ୍ତ୍ରୀଙ୍କ କଟୁକ୍ତି ଶୁଣିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ମିଥୁନ
ସାହାର୍ଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କ ଉପରେ ଭରସା କରି ମୁଣ୍ଡରେ ହାତ ଦେବେ । କାର୍ଯ୍ୟ ହାସଲର ଶେଷ ପର୍ଯ୍ୟାୟରେ ସମ୍ପର୍କୀୟମାନେ ହିଁ ସବୁ କିଛି ବିଗାଡି ଦେଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କର୍କଟ
ଆଜି ବାହାର ଲୋକଙ୍କ କାମରେ ଦୂରଯାତ୍ରା କରିବାକୁ ପଡିବ । ଆପଣଙ୍କ ମନ୍ର ସ୍ୱଭାବ ହେତୁ ସହକର୍ମୀମାନେ ସହ-ଯୋଗର ହାତ ବଢାଇବେ । କୌଣସି ବନ୍ଧୁଙ୍କ ପ୍ରତି ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ସିଂହ
ଆଲୋଚନା ପରିସରରେ ବନ୍ଧୁଙ୍କ ଆକ୍ଷେପୋକ୍ତି ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରିବ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ କାମ ହାସଲ କରିବେ । କୌଣସି କାମ ସକାଶେ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ତୁଳା
ଆଜି କୌଣସି ନୂତନ କାମ ଆରମ୍ଭ କରିବାକୁ ମନ ବଳାଇବେ । ଆଲୋଚନା କିମ୍ବା ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ । ସାମାଜିକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।
ବିଛା
ଏଣୁତେଣୁ କଥା ଚିନ୍ତା କରି ମନ ଅସ୍ଥିର ରହିବ । ପିଲାଙ୍କ ବୈବାହିକ କର୍ମ ସକାସେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ । ଯିବା ରାସ୍ଥାରେ ଅଜଣା ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ
ଆବଶ୍ୟକତା ପୂରନ ଲାଗି କୌଣସି ପ୍ରକାରେ ଅର୍ଥ ସଂଗ୍ରହ ପାଇଁ ତତ୍ପର ହେବେ । ସମ୍ପର୍କୀୟଙ୍କୁ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମକର
ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ । ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ । ଆପଣଙ୍କ ନିର୍ମାଣକୁ ବୋରୋଧକରି ପଡୋଶୀ ପ୍ରତିବାଦ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
କୁମ୍ଭ
ଦୀର୍ଘଦିନରୁ ଅଟକି ରହିଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ପିଲାମାନଙ୍କ ସକାଶେ ବିବାହ ପ୍ରସ୍ତାବ ନେଇ ବନ୍ଧୁ ଆସିପାରନ୍ତି । ସ୍ତ୍ରୀଙ୍କ ସହାନୁଭୂତିପୂର୍ଣ୍ଣ କଥାରେ ମାନସିକ ଅଶାନ୍ତି ଦୂରେଇଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ
ପ୍ରତିକୂଳ ସମୟ ଦେଇ ଗତି କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକୁ ଅସ୍ୱାଭାବିକ ମନେ କରିବେ । ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।