ଆଜି ମାର୍ଚ୍ଚ ୧୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
ଆଜି ବୁଧଙ୍କ ନକ୍ଷତ୍ରରେ ଚନ୍ଦ୍ର ଯୋଗୁ ଭାଇ, ବନ୍ଧୁ, ପଡୋଶୀଙ୍କ ସହ ବୁଝାମଣା ଠିକ୍ ରହି ନ ପାରେ । ଅବଶ୍ୟ କର୍ମ କ୍ଷେତ୍ରର ପାରିପାଶ୍ୱିର୍କ ପରିସ୍ଥିତି ଭଲ ରହିବ । ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
ରବି ଦେବଗୁରୁଙ୍କ ନକ୍ଷତ୍ରସ୍ଥ ଯୋଗୁ ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ତଥାପି ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।
ମିଥୁନ
ଭାଗ୍ୟସ୍ଥାନରେ ଶୁକ୍ର ଓ ରବିଙ୍କ ଉପସ୍ଥିତି ହେତୁ ନୂତନ କର୍ମାରମ୍ଭ ଫଳପ୍ରଦ ହେବ । ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବାରେ କୌନସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
କର୍କଟ
ଧନାଧିପଙ୍କ ଶୁଭ ସଂସ୍ଥାନ ହେତୁ ଆଜି ଆର୍ଥିକ ସ୍ଥିତି ଭଲ ରହିବ କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟା ସୁଧୁରି ଯିବ । କର୍ମକ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ସିଂହ
ବଳବାନ ରାହୁ ଓ ମଙ୍ଗଳ କର୍ମସ୍ଥ ହେତୁ ସମସ୍ୟା ଅସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଯୋଗୁ କାର୍ଯ୍ୟ ସାଧନାରେ ସମର୍ଥ ହେବେ । ବହୁତ ଅନୁସନ୍ଧାନ ପରେ ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କନ୍ୟା
ନିଜ ଭାବକୁ ମଙ୍ଗଳଙ୍କ ଦୃଷ୍ଟିଥିବାରୁ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗରୁ ଉତ୍ସାହିତ ହେବେ । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । କୌଣସି କାମ କରିବାରେ ପଛେଇବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା
ମୁଖଭାବସ୍ଥ ଚନ୍ଦ୍ର ପ୍ରତ୍ୟେକ କାମରେ ସଫଳତା ପ୍ରଦାନ କରିବା କାରଣରୁ ମାନସିକ ସ୍ଥିତି ଭଲ ରହିବ । ସାମୟିକ ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌନସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ବିଛା
ଚତୁର୍ଥାଧିପ ବୃହସ୍ପତିଙ୍କ ସଂଯୋଗ ଯୋଗୁ ପରିବାର ସମସ୍ୟା ଚିନ୍ତାକରି ଭାରାକ୍ରାନ୍ତ ହେବେ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ଧାରକରଜ କରି ଆବଶ୍ୟକତା ଚଳାଇ ନେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ଧନୁ
ବୁଧ ନିଜ ସ୍ଥାନରୁ ଅଷ୍ଟମସ୍ଥ ଯୋଗୁ କର୍ମକ୍ଷେତ୍ରରେ ଆଲୋଚନା ଫଳପ୍ରଦ ନ ହୋଇପାରେ । କଠୋର କଥା କହିବା କାରଣରୁ ସାମୟିକ କଳହ ଦେଖା ଦେଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ମକର
ଆଜି ଏକାଧିକ ପାପଗ୍ରହ ରାଶିସ୍ଥ ହେତୁ ସାଧାରଣ କଥାକୁ କେନ୍ଦ୍ର କରି କଳହର ସମ୍ମୁଖୀନ ହୋଇପାରନ୍ତି । ଇଚ୍ଛା ନ ଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।
କୁମ୍ଭ
କେନ୍ଦ୍ରକୋଣାଧିପ ରାଶିରେ ଥିବାରୁ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ । ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମୀନ
ଦ୍ୱାଦଶରେ ଶୁକ୍ରଥିବାରୁ ଗତକାଲି ଠାରୁ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହେବେ । ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ । ଅର୍ଥାଭାବ କେତେକାଂଶରେ ଦୂରୀଭୂତ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।