ଆଜି ନଭେମ୍ବର ୨୫ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତି ଓ ଅପ୍ରିୟ ଓଚ୍ଛଳଥା କହିବା ଦ୍ୱାରା ସାମୟିକ ସମସ୍ୟା ସୃଷ୍ଟି ହେବ । ଘରକୁ ବନ୍ଧୁ ଆସିପାରନ୍ତି । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ । ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ

ଆଜି ବିଭିନ୍ନ ଦିଗରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ତଥାପି ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ

ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଶାରୀରିକ ସୁସ୍ଥତା ରହି ନ ପାରେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିବ । ମନକଥା ମନରେ ରଖି ନ ପାରି ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ

ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେଇପାରନ୍ତି । ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଳିକେଶନ, ଆଲୋଚନା ଓ ସଭାସମିତି ସୁରୁଖୁରୁରେ ସମ୍ପନ୍ନ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ

ସ୍ୱାସ୍ଥ୍ୟ ସମସ୍ୟା କ୍ରମଶଃ ଦୁଶ୍ଚିନ୍ତାର କାରଣ ହୋଇପାରେ । କୌଣସି ଚୁକ୍ତିଭିତିକ କାମରେ ପ୍ରଥମେ ମୌଖିକ ଆଲୋଚନା କରିବା ଭଲ ହେବ । କେତେକ ଆକସ୍ମିକ ସୁଯୋଗ ହାତଛଡା ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା

ନିଜ ସନ୍ଦେହୀ ମନୋଭାବ ହେତୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଦେଖା ଦେବ । ପାରିବାରିକ କ୍ଷେତ୍ରରେ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦୁଶ୍ଚିନ୍ତାର କାରଣ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା

ଅଫିସର ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା

ସବୁ ଦିଗକୁ ନଜର ଦେଇ ଆଗକୁ ପାଦ ନ ବଢାଇଲେ ଅନୁତାପ କରିବାକୁ ପଡିପାରେ । ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ଆପଣଙ୍କ ପ୍ରଶଂସା ଓ ପ୍ରତି ।କୁ ସହିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ

ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମ୍ନା କରିବା ପାଇଁ ଚେହ୍‌ଟା କରିବେ । ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର

ଆକସ୍ମିକ ଭାବେ ବନ୍ଧୁଙ୍କ ବ୍ୟବହାରରେ ବିଷମତା ପରିଲକ୍ଷିତ ହେବ । ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବା ଆଶାରେ ବିନୟପୂର୍ଣ୍ଣ କଥା କହି ସଫଳତା ହାସଲ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ

ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଚୁକ୍ତିପତ୍ର, ସଂଗଠନ ତଥା ଆଲୋଚନା କ୍ଷେତ୍ରରେ ଜଣେ ବ୍ୟକ୍ତି ଅସୁବିଧାରେ ପକାଇବାର ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମୀନ

ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହେବେ । ବେଖାତିର ମନୋଭାବ ଯୋଗୁ ଚିନ୍ତିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

Leave a Reply

Your email address will not be published.