ଆଜି ଜାନୁଆରୀ ୨୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜିର କାଳସର୍ପ ଯୋଗ ବିଭିନ୍ନ କ୍ଷେତ୍ରରେ ସମସ୍ୟା ସୃଷ୍ଟିର କାରଣ ହୋଇପାରେ । ଦ୍ୱିଜା ନକ୍ଷତ୍ର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବୃଷ

ଦୁଃସ୍ଥାନସ୍ଥ ରବି ଓ ଶୁକ୍ର ପ୍ରଭାବରୁ ପ୍ରଶଂସା ବଦଳରେ ଅପଚର୍ଚ୍ଚିତ ହେବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିପାରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ

ବନ୍ଧୁ ଅଯଥା ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି, କିନ୍ତୁ କୌଣସି ଅସୁବିଧା ହେବନି । ପୂର୍ବ ଯୋଜନା ଅନୁଯାୟୀ କର୍ମ କରି ଚାଲିଲେ ସଫଳତା ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କର୍କଟ

କେତୁନକ୍ଷତ୍ରସ୍ଥ ମଙ୍ଗଳ ହେତୁ କର୍ମକ୍ଷେତ୍ରରେ କଷ୍ଟ ସ୍ୱୀକାର କରିବାକୁ ପଡିବ । ନିଜେ ଅସୁବିଧାରେ ଚଳୁଥିଲେ ମଧ୍ୟ ବନ୍ଧୁଙ୍କ କାମରେ ଯଥାସାଧ୍ୟ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ସିଂହ

କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତିସୂଚକ କଥା ଶୁଣି ମନ ହାଲୁକା ହୋଇଯିବ । ପାପଗ୍ରହଙ୍କ କୁପ୍ରଭାବରୁ ଅନ୍ୟକୁ ସାହାର୍ଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା

ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ କେନ୍ଦ୍ର କରି ମାନସିକ ଅସ୍ଥିରତା ରହିବ । ଆଜି କୋଣଭାବସ୍ଥ ଚତୁଃଗ୍ରହ ପ୍ରଭାବରୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା

ଗୁରୁଙ୍କ ଦୁର୍ବଳତା କାରଣରୁ କୌଣସି ଦୀର୍ଘ ମିଆଦୀ ଯୋଜନା ଫସର ଫାଟିଯିବ । ଯେତେ ଭଲ କାମ କଲେ ସୁଦ୍ଧା ସହକର୍ମୀମାନେ ଅନ୍ୟର କଥା ଶୁଣି ଦୂରେଇ ରହିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା

ଏକାଧିକ ଗ୍ରହ ଭାଗ୍ୟ ସ୍ଥାନକୁ ଦେଖୁଥିବାରୁ କୌଣସି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ପ୍ରତି ଅବହେଳା କଲେ ପରେ ଚିନ୍ତା କରିବାକୁ ପଡିବ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ

କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମକର

ଆଜି ଆପଣଙ୍କ ରାଶିରେ ଚତୁଃଗ୍ରହକୂଟ ଯୋଗୁ ସ୍ୱାସ୍ଥ୍ୟହାନି ସାଙ୍ଗକୁ ଚିନ୍ତାଧାରରେ ବ୍ୟତିକ୍ରମ ସୃଷ୍ଟି ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ

ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିପାରେ । ଶନିଯୁକ୍ତ ଚନ୍ଦ୍ର ହେତୁ କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମୀନ

ଆଜି ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ । ଅତି ନିକଟରେ ରହିଥିବା ବନ୍ଧୁଙ୍କ ଦ୍ୱାରା କାମ ହାସଲ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

 

Leave a Reply

Your email address will not be published.