ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆମ ଚତୁର୍ଥାଧିପ ଚନ୍ଦ୍ର ସପ୍ତମଭାବସ୍ଥ ଯୋଗୁ ପରିଜନଙ୍କ ସହ ଯାତ୍ରା, ବନ୍ଧୁମିଳନ ସାଙ୍ଗକୁ ନୂତନ ବସ୍ତ୍ରଭୂଷଣାଦି ପରିଧାନ କରିବେ । ଅର୍ଥ ସମ୍ବନ୍ଧୀୟ ଆଲୋଚନା ସହ ବାଣିଜ୍ୟ,ବ୍ୟବସାୟ ଓ ପ୍ରତିଦ୍ୱନ୍ଦିତାରୁ ସଫଳତା ପ୍ରାପ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବୃଷ

ମୁଖଭାବସ୍ଥ ରାହୁ ପ୍ରଭାବରୁ ଯୁକ୍ତିତର୍କକୁ କେନ୍ଦ୍ର କରି ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ । ଆକସ୍ମିକ ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ରରେ ମଧ୍ୟ କେହି ଜଣେ ପ୍ରତିବାଦର ସ୍ୱର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ 

କୋଣଭାବସ୍ଥ ଚନ୍ଦ୍ର ନୂତନ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ । ଯାହା ଭାବିଛନ୍ତି ତାହାହିଁ ହେବ ଓ ପାଇବା ଜିନିଷ ମଧ୍ୟ ପାଇବେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ଲାଭର ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କର୍କଟ

ଆଜିର ଶୁଭ ଚନ୍ଦ୍ର ହେତୁ ସାମାଜିକ ସମ୍ମାନ ସହ ଲୋକସମ୍ପର୍କ ବୃଦ୍ଧି ହେବ । ମାନସିକ ସ୍ତରରେ କେତେକ ଅକୁହା କଥାକୁ ବିଶ୍ଲେଷଣ କରି ଅବସାଦ ଉତ୍ପନ୍ନ ହୋଇପାରେ । ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ

ଆପଣଙ୍କ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଅବଶ୍ୟ ରାଜନୈତିକ ସ୍ତର, ପ୍ରଶାସନିକ କ୍ଷେତ୍ର, ସଙ୍ଗଠନ ପାଇଁ ଦିନଟି ବହୁତ ଭଲ । ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା

ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଆପଣଙ୍କ ଆକର୍ଷଣୀୟ କଥନଶୈଳୀ ଅନ୍ୟମାନଙ୍କୁ ଆପଣାର କରିବାରେ ସାହାର୍ଯ୍ୟ କରିବ । ଆଲୋଚନାରେ ଭାବପ୍ରବଣତା ପରିହାର ପୂର୍ବକ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା

ଆଜିର ଯାତ୍ରା,ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦିତା ଓ କଚେରି ମାମଲା ପାଇଁ ସମୟର ଅନୁକୂଳତା ନାହିଁ । ପରୋକ୍ଷ ଶତ୍ରୁତା , ଋଣ ପରିଶୋଧ ସକାଶେ ସମସ୍ୟାକୁ ଆନୟନ କରିପାରେ । ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ଚିନ୍ତାରେ ରହିପାରନ୍ତି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା 

ପ୍ରିୟଜନଙ୍କ ପ୍ରେରଣାରେ ଉଦ୍‌ବୁଦ୍ଧି ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ସାହାର୍ଯ୍ୟ ଲାଭ କରି କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୋଣସି ମୂଲ୍ୟବାନ ଜିନିଷ ଘରକୁ ଆଣିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ

ଆଜିର ଗ୍ରହସ୍ଥିତି ଆପଣଙ୍କ ସକାଶେ ପ୍ରତିକୂଳ ପରିବେଶ ସୃଷ୍ଟି କରିପାରେ । ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ଲାଭର ସୂଚନା ରହିଛି । କିନ୍ତୁ ସ୍ୱକୀୟ ଉଦ୍ୟମ ଓ ଆପୋସ ଆଲୋଚନା ସାଙ୍ଗକୁ ପାରସ୍ପରିକ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ

ମକର

କର୍ମଭାବସ୍ଥ ଚନ୍ଦ୍ର ପରିବାର ଓ କର୍ମକ୍ଷତ୍ରକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସହାୟକ ହେବ । ଅତି ନିକଟରେ ରହି ଶତ୍ରୁତା କରୁଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ । ବାଣିଜ୍ୟ ଓ ପରିବହନରେ ସମସ୍ୟା ଦୂର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

କୁମ୍ଭ

ଆପଣଙ୍କୁ ବନ୍ଧୁମାନେ ମନ ବୁଝିଲା ଭଳି କଥାମାନ କହି ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି । ଟିକିଏ ଜୋର୍ ଦେଇ ବଜେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ

ସାଧାରଣ କଥା କେନ୍ଦ୍ର କରି ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ । ବିବାଦୀୟ ପରିସ୍ଥିତିରେ ନୀରବତା ଅବଲମ୍ବନ କରିବା ଭଲ ହେବ । ଅନ୍ୟ ଉପରେ ନିର୍ଭର ନ କରି କେତେକ କ୍ଷେତ୍ରରେ ଆତ୍ମ ନିର୍ଭରଶୀଳ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published.