ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଦିନଟି ଅଶୁଭ ଫଳ ଦାୟକ ହୋଇପାରେ । ଲକ୍ଷ୍ୟ ପୂରଣ ବିଳମ୍ବିତ ହେବ । ବନ୍ଧୁ ସହଯୋଗରେ କାର୍ଯ୍ୟ ସାଧନ କରିବେ । ଦୂର ଯାତ୍ରା କିମ୍ବା ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାରମ୍ଭ କରଣୀୟ ନୁହେଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତ ହେବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବୃଷ

ସ୍ୱାସ୍ଥ୍ୟହାନୀର ଆଶଙ୍କା ଅଛି । ଚକ୍ଷୁପୀଡା, ଅଗ୍ନିମାନ୍ଦ୍ୟ କିମ୍ବା ସ୍ନାୟୁ ମଣ୍ଡଳୀରେ ଅସୁସ୍ଥତା ଆସିପାରେ । କର୍ମକ୍ଷେତ୍ରରେ ଉଦଯୋଗ ସିଦ୍ଧି କରିପାରିବେ । ଆବଶ୍ୟକତା ଠାରୁ ଅଧିକ ବ୍ୟୟ ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ

ଦିନଟି ପ୍ରାୟ ସବୁ ଦିଗରୁ ଶୁଭଫଳ ଦାୟକ ହେବ । କର୍ମ କୁଶଳତା ବଢିବ । ଅର୍ଥ ବଳ ଅଧିକ ରହିବ । ବନ୍ଧୁ ପରିଜନଙ୍କ ଠାରୁ ଉତ୍ସାହ ମିଳିବ । ପୂର୍ବରୁ ମାନସିକ ଆଳସ୍ୟ, ବିମର୍ଷତା ଅଧିକ ପରିମାଣରେ ଦୁର କରିପାରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

କର୍କଟ

ଯାନ ବାହାନରେ ବ୍ୟୟ ବରାଦ ଆସିବ । ପାରିପାଶ୍ୱିର୍କ ସ୍ଥିତିକୁ ଆଖି ଆଗରେ ରଖି ଭବିଷ୍ୟତ କର୍ମପନ୍ଥା ନିର୍ଦ୍ଧାରଣ କରିବେ । ଦେବାଦେବୀ କାର୍ଯ୍ୟରେ ଆଗ୍ରହ ବଢିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ

ଧର୍ମ ଧାରଣା ବଢିବ । ଦୃଢ ବିଶ୍ୱାସକୁ ପାଥେୟ କରି ଅଗ୍ରଗତି ଅବ୍ୟାହତ ରଖିବେ । ସାମୟିକ ଭାବରେ ଦେହ ଅସୁସ୍ଥ ହୋଇପାରେ । ସନ୍ତାନ ସନ୍ତତିଙ୍କ ପାଇଁ ଦୁଃଶ୍ଚିନ୍ତା ବଢିବ । ନିର୍ମାଣମୂଳକ କର୍ମରେ ଅଗ୍ରଗତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

କନ୍ୟା

ଚନ୍ଦ୍ରଙ୍କର ଅଷ୍ଟମ ସ୍ଥିତି ପରିବାର କିମ୍ବା କର୍ମକ୍ଷେତ୍ରରେ ପ୍ରତିକୂଳ ସ୍ଥିତି ଆଣିପାରେ । କର୍ତ୍ତବ୍ୟରେ ଅବହେଳା କରି ପଶ୍ଚାତାପ କରିବେ । ଗୃହ ଭୂମି ସଂପର୍କୀୟ ଋଣ ଭାବର ଅଧିକ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା

ପ୍ରିୟ ପରିଜନଙ୍କ ଠାରୁ ସହ ଯୋଗ ଓ ସଦ୍ଦିଚ୍ଛା ପାଇବେ । ପରିବାରର ସ୍ୱାସ୍ଥ୍ୟ ସମସ୍ୟାର ଉନ୍ନତି ଘଟିବ । ମନୋବଳ ଦୃଢ ରହିବ । ଦାନ ଧର୍ମରେ ମନ, ଉଦ ଯୋଗ ସିଦ୍ଧି, ମାନ ସମ୍ମାନ ପ୍ରତି । ଓ ସଜ୍ଜନ ସଂପର୍କରେ ଆସିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ବିଛା

ସାହସ ହ୍ରାସ ପାଇବ । ନିଜକୁ ଅଧିକ ସଂକୁଚିତ ମନେ କରିବେ । ଦେହ ଅସୁସ୍ଥ ରହିପାରେ । ପାରିବାରିକ ସହ ଯୋଗ ଓ ଅନୁପ୍ରେରଣା ପାଇବେ । କର୍ମକ୍ଷେତ୍ରରେ ଆସିବାକୁ ଥିବା କେତେକ ସୁଯୋଗ ହାତଛଡା ନ କରିବା ହିତକର । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ଧନୁ

ଅର୍ଥ ବୃତ୍ତିରେ ଉନ୍ନତି ଯୋଗ ଅଛି । ନିଜର ପରାକ୍ରମ ଓ ଶକ୍ତି ବିନିଯୋଗ କରି ସମ୍ମାନ ଓ ପ୍ରତି । ପାଇବେ । ଶୁଭ ଚିନ୍ତକଙ୍କ ସଂଖ୍ୟା ବଢିବ । ଯାନବାହନ, ଭୂମି, ଗୃହୋପକରଣ କ୍ରୟର ସୁଯୋଗ ଲାଭ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ଛାତ୍ରଛାତ୍ରୀ- କୀର୍ତ୍ତି ସ୍ତମ୍ବ ସ୍ଥାପନ କରିବେ ।
ରୋଗୀ- ଦିନବେଳା ବାହାରକୁ ଯାଆନ୍ତୁ ନାହିଁ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମକର

ନିଜର ସାମର୍ଥ୍ୟକୁ ଆଖି ଆଗରେ ରଖି କାର୍ଯ୍ୟପନ୍ଥା ଗ୍ରହଣ କରିବା ଉଚିତ ହେବ । ବନ୍ଧୁ ପରିଜନମାନେ ଠିକ୍ ସମୟରେ ଅସହଯୋଗ କରିପାରନ୍ତି । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ 

କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରିପାରିବେ । କଲ୍ୟାଣ କାର୍ଯ୍ୟ ପ୍ରତି ରୁଚି ରଖିବେ । ମାନ ସମ୍ମାନ ଓ ପ୍ରତି । ମିଳିବ । ଆର୍ଥିକ ସମସ୍ୟାର ସମାଧାନ କଷ୍ଟକର ହେବ । ପାରିବାରିକ ସୁଖ ସୌଭାଗ୍ୟ ଅତୁଟ ରହିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ମହତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମୀନ

ଦୃଢ ମନୋବଳ ରକ୍ଷା କରି ଅଗ୍ରଗତି ଅବ୍ୟାହତ ରଖିବେ । ଭୋଗ ବିଳାସର ସାଧନ ମିଳିବ । ଆଧ୍ୟାତ୍ମିକ ଚିନ୍ତା ଓ ଭାବନାରେ ଉଦବୁଦ୍ଧି ହୋଇପାରନ୍ତି । କ୍ଷମତାସୀନ ବ୍ୟକ୍ତିଙ୍କ ସାନିଧ୍ୟରେ ଆସିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

Leave a Reply

Your email address will not be published.