ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଜି ଘରର କଥା ହେଉ କିମ୍ବା ଅଫିସ, ଯଦି କିଛି ସମସ୍ୟା ରହିଥାଏ ସୁଧୁରିଯିବ । ସହକର୍ମୀଙ୍କ କାମରେ ସତର୍କତାର ସହ କିଛି କହିବା କିମ୍ବା କରିବା ଭଲ ହେବ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ବୃଷ

ସକାଳୁ ବନ୍ଧୁଙ୍କ ସମ୍ପର୍କରେ କିଛି ଅର୍ଥ କିମ୍ବା ଖୁସି ଖବର ପାଇବେ । କିନ୍ତୁ ଉପରେ ପଡି କାହାକୁ କିଛି ଉପଦେଶ ଦେଲେ ସେହି ବ୍ୟକ୍ତି ତାହାକୁ ଭୁଲ୍ ବୁଝିବ । କୌଣସି ନୂଆ କାମର ପ୍ରସ୍ତାବକୁ ଅନ୍ୟମାନେ ଦୃଢ ସମର୍ଥନ ଜଣାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ

ଆଜି ଖୋଜୁଥିବା ଜିନିଷ,ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ଆଖିରୁ ପାଣି ମରିଯିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବାକୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କର୍କଟ

ଆଜି ଅର୍ଥର ଅଭାବ ନ ଥିଲେ ମଧ୍ୟ ନିଜ ଲୋକମାନଙ୍କ ଦ୍ୱାରା ସମାଲୋଚିତ ହେବେ । କଚେରି ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ

କୌଣସି ନୂଆ କାମ ହାତକୁ ନେବେ ଓ ତଦନୁଯାୟୀ କାମ ମଧ୍ୟ ଆରମ୍ଭ କରି ଦେଇପାରନ୍ତି । ନିରପେକ୍ଷତା ଅବଲମ୍ବନ ନ କଲେ କର୍ମକ୍ଷେତ୍ରରେ ସମାଲୋଚିତ ହେବାକୁ ପଡିବ । ଦେହ ଭଲ ରହିବ, ମାତ୍ର ଦୁର୍ବଳତା ଜନିତ କ୍ଳାନ୍ତି ବୋଧ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

କନ୍ୟା

ବିଳମ୍ବିତ ସମୟରେ କାମଗୁଡିକ ସମ୍ପନ୍ନ ହେଉଥିବାରୁ ସାମୟିକ ଧୈର୍ଯ୍ୟଚ୍ୟୁତି ଘଟିପାରେ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା କରିବା ପରିସ୍ଥିତିକୁ ସାମ୍‌ନା କରିବାକୁ ପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା

ଈର୍ଷା ପରାୟଣ ହୋଇ ସମ୍ପର୍କୀୟ କେତେକ ବ୍ୟକ୍ତି ବିଭିନ୍ନ କଟୂକ୍ତି ପ୍ରକାଶ କରିବେ । ପରିବାର ଭିତରେ ପ୍ରଶଂସାସୂଚକ ପଦୁଟିଏ କଥା ଗୁଣିବାକୁ ମିଳିବ ନାହିଁ । ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ବିଛା

ଆଜିର ଦିରଗ୍ଧ ୠଙ୍କଦ୍ଭମଗ୍ଧସକ୍ଟଦ୍ଭ ଟ୍ଟ ନି ସରକାରୀ କିମ୍ବା ଘରୋଇ କ୍ଷେତ୍ରରେ ବିଭିନ୍ନ ଆଲୋଚନା ଭିତରେ କଟିବ । ଆଗାମୀ ସମୟରେ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କ ସହ-ଯୋଗ ଆଶା କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ

ଆଜିର ଆନୁ ।ନିକ କାମରେ ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟ ଅବଶ୍ୟ ମିଳିବ । ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । କୌଣସି ବ୍ୟକ୍ତିଙ୍କ ସରଳ କଥାକୁ ଆଧାର କରି ଖୁବ୍ ଆଶାବାଦୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ମକର

କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିବେ । ନିଜର ଅବହେଳାରୁ କେତେକ ସୁଯୋଗ ହାରଛଡା ହୋଇପାରେ । ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ

ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ବେଶୀ ବ୍ୟସ୍ତ ହୋଇପାରନ୍ତି । ମନ କଥା ମନରେ ରଖି, ସରଳ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମୀନ

ପରିବାରରେ ଯେତେ ମନ ଧରି କାମ କଲେ ମଧ୍ୟ ଅନ୍ୟମାନଙ୍କୁ ପୂର୍ଣ୍ଣମାତ୍ରାରେ ସନ୍ତୁଷ୍ଟ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବକ୍କ୍ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published.