ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଜି ବନ୍ଧୁମିଳନ ସହ ଧାର୍ମିକ କାର୍ଯ୍ୟ ମାନସିକ ଓ ଶାରୀରିକ ସ୍ତରରେ ଉନ୍ମାଦନା ଅନୁଭବ କରିବେ । ଆଜକୁ କେତେ ଦିନ ହେଲା ଯାହା ପାଇବା ପାଇଁ ଭାବୁଥିଲେ, ତାହା ଆଜି ସହଜ ଓ ସୁବିଧାରେ ପାଇଯୁବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

ଆଜିର ଗ୍ରହସ୍ଥିତି ସୁଖ ସୁବିଧା ପ୍ରଦାନ କରିବ । ଆର୍ଥିକ ଅଭିବୃଦ୍ଧି, ସାମାଜିକ ସମ୍ମାନ ଓ ଫଳପ୍ରଦ ଆଲୋଚନା ପ୍ରୀତିଦାୟକ ରହିବ । ଲେଖାପଢା ଏବଂ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ମିଥୁନ

ପାରିବାରିକ ଓ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରି ନୂତନ ଦିଗ୍‌ଦର୍ଶନ ଦେବେ । ବହୁତ ଦିନ ହେଲା ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ ।ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ

ଅନ୍ୟମାନଙ୍କ ସେବାରେ ନିଜକୁ ନିୟୋଜିତ କରି ପଶ୍ୱାନ୍ତେ ମାନସିକ ଅଶାନ୍ତି ଅନୁଭବ କରିପାରନ୍ତି ।ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେମିତି କିଛି ହେବନି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ

ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ ଯୁକ୍ତିଯୁକ୍ତ କଥା କହି କାମ ହାସଲ କରିପାରିବେ । ପାରିବାରିକ ପରିସ୍ଥିତି ବିଶେହ ଭଲ ନ ହେଲେ ମଧ୍ୟ ମନ୍ଦ ହେବନି । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ ପରିଶେଷରେ କିଛି ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା

ଆଜିର ଗ୍ରହସ୍ଥିତି ଆପଣଙ୍କ ଦୈହିକ, ମାନସିକ ଓ ଶାରୀରିକ ସୁସ୍ଥତାକୁ ଅକ୍ଷୁର୍ଣ୍ଣ ରଖିବାରେ ସହାୟକ ହେବ । ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ ସକାଶେ ମନ ବଳାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା

କେତେକ ବ୍ୟତିକ୍ରମକୁ ବାଦ୍ ଦେଲେ ଦିନଟି ପ୍ରାୟତଃ ଭଲରେ କଟିବ । ବନ୍ଧୁମିଳନ ଓ ରାଜନୈତିକ ସ୍ଥିତିର ସମୀକ୍ଷା ଅଗ୍ରଗତିରେ ସନ୍ତୋଷ ପାଇବେ । କୌଣସି ମୂଲ୍ୟବାନ୍ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ବର୍ଷିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା

କହିବି କହିବି ଭାବୁଥିଲେ ମଧ୍ୟ ନ କହିପାରିବା ଜନିତ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ । ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିପାରେ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ପରୋକ୍ଷରେ ସମାଲୋଚିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ଧନୁ

ପାରିବାରିକ ଓ କର୍ମକ୍ଷେତ୍ରରେ ଅସଂଗତି ରହିଲେ ମଧ୍ୟ ବିଶେଷ ଅସୁବିଧା ହେବ ନାହିଁ । ବନ୍ଧୁଙ୍କୁ ବିନୟ ପୂର୍ବକ ପ୍ରିୟ କଥା କହି ଭୁଲ୍ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର

ପାରିବାରିକ ଅଶାନ୍ତି, ବନ୍ଧୁଙ୍କ ସହ ମତାନ୍ତର କାରଣରୁ ମନରେ ସରସତା ରହିବ ନାହିଁ । ପ୍ରତି କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହୋଇପାରନ୍ତି । ସାମ୍ବାଦିକତାରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗାଢ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ

ଆଜି ଶାରୀରିକ, ସାମାଜିକ,ଗଣତାନ୍ତ୍ରିକ, ଆଇନ, ଅଦାଲତ ପ୍ରଭୃତି କ୍ଷେତ୍ରରେ ସୁଫଳ ପାଇବେ । ଯାହା ଆଶା କରୁଥିଲେ କିମ୍ବା ଖୋଜୁଥିଲେ ତାହା ପାଇ ଖୁସି ହେବେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ

ସମସ୍ୟା ଓ ପ୍ରତିବନ୍ଧକକୁ ପଛକୁ ପକାଇ ବାସ୍ତବତାରେ ଉତ୍‌-ଫୁଲ୍ଲିତ ରହିବେ । ଅଟକିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପାରେ । ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଶୁଭ ରଙ୍ଗ ମରେୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published. Required fields are marked *