ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ମନ ଚାହୁଁଥିବା ଜିନିଷ ଲାଭ ଦିଗରେ ଉଦ୍ୟମୀ ହେବେ ଓ ଆଶା ମଧ୍ୟ ଅପୁରଣୀୟ ରହିବ ନାହିଁ । ଅଫିସରେ କୌଣସି ବିଷୟ ନେଇ ତୁକ୍ତତା ଦେଖା ଦେଇପାରେ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ
ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବାରୁ ସାମୟିକ ମୁହଁରେ ଝଲକ ସୃଷ୍ଟି ହେବ । ଅନ୍ୟକୁ ମନେବାର କୋଶଲ ପ୍ରୟୋଗ କାରଣରୁ ବନ୍ଧୁ ଗହଣରେ ପ୍ରଶଂସିତ ହେବେ । ଲେଖାପଢା ଦିଗରୁ ଉପକୃତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ
ଆଜି ସ୍ଥଗିତ କାମ ତ୍ୱରାନ୍ୱିତ କରିବା ପରିପ୍ରେକ୍ଷରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଆତ୍ମୀୟଙ୍କ ସହ-ଯୋଗ ଦ୍ୱାରା ଅର୍ଥଲାଭ ଓ ବାଲ୍ୟବନ୍ଧୁଙ୍କ ସାନିଧ୍ୟ ଲାଭ କରି ଖୁସି ରହିବେ । ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଆଜି ବିରକ୍ତିକର କଥା କହି କିମ୍ବା ପର କଥାରେ ଭୁଲ ମାର୍ଗ ଅନୁସରଣ କରିବେ । ସଭାସମିତିରେ ନୂତନ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ସତ୍-ସଙ୍ଗ କିମ୍ବା ଧର୍ମାନୁ ।ନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ସିଂହ
ବ୍ୟୟ ବୃଦ୍ଧି ଜନିତ ମାନସିକ ଅବସାଦ ବଢିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଅତଙ୍କିତ ହୁଅନ୍ତୁ ନାହିଁ । ବ୍ୟବସାୟରେ ସନ୍ତୋଷ ଜନକ ଫଳ ଦେଖା ଦେଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ଅନ୍ୟାୟ ବିରୋଧରେ ସ୍ୱର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି । ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା
ଆଜି ସକାଳୁ ସକାଳୁ ଧାର, କରଜ କିମ୍ବା ପୁର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବ । ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ପାଇବେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବିଛା
ଆଳସ୍ୟ ଓ ନିଜସ୍ୱ ଅବହେଳା କାରଣରୁ ଗୁୁରୁତ୍ୱପୂର୍ଣ୍ଣ କାମଗୁଡିକ ପାଇଁ ଅନୁତପ୍ତ ରହିବେ । ଦୀର୍ଘ ସମୟର କାର୍ଯ୍ୟ ବ୍ୟସ୍ତତା ହେତୁ ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି । ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା କରିବାକୁ ପ୍ରସ୍ତୁତ ହେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । କୋନସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମକର
କର୍ମକ୍ଷେତ୍ରରେ ଯଥେଷ୍ଟ ସାହାର୍ଯ୍ୟ ଲାଭ କରି ମନୋବଳ ବୃଦ୍ଧି ପାଇବ । ସାୟାହ୍ନେ ଅତୀତ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଫେରନ୍ତା ବାଟରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କୁମ୍ଭ
ଆଜି ସ୍ୱାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବାର ଆଶ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି, ମାତ୍ର ଜଣେ ବନ୍ଧୁଙ୍କ ସାହାର୍ଯ୍ୟକୁ ଭୁଲି ପାରିବେ ନାହିଁ । କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମୀନ
ଆଜି ହଠାତ୍ ପ୍ରତ୍ୟୁଷରେ ଯାତ୍ରା କରି ଆଶା କରୁଥିବା ଜିନିଷ ଲାଭ କରିପାରନ୍ତି । ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରୋକ୍ଷ ଶତ୍ରୁତା କାରଣରୁ ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।