ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ କାର୍ଯ୍ୟ ହାସଲ କରିବେ । ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି । ଆର୍ଥିକ ସ୍ୱଚ୍ଛଳତା ପେରିପାଇବେ ସତ,ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ । ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ବୃଷ

କର୍ମକ୍ଷେତ୍ରରେ କାର୍ଯ୍ୟ ପରିସର ବୃଦ୍ଧି ପାଇବ । ଫଳରେ ବହୁତ କାମ ହାତକୁ ନେଇ ଟେନ୍‌ସନ୍ ମଧ୍ୟରେ ରହିବେ । ସାମାଜିକ ସ୍ତରରେ ଆଶା ଓ ଆଶଙ୍କା ମଧ୍ୟରେ ଗତି କରିବାକୁ ପଡିପାରେ । ପାରିବାରିକ ସ୍ଥିତି ମନ୍ଦ ହେବନି, କିନ୍ତୁ ସାମୟିକ ମତାନ୍ତର ଘଟିବ । । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ

ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଜାଗ୍ରତ ହୋଇପାରେ । ଆଲୋଚନା କାଳରେ ବନ୍ଧୁଙ୍କ ନିକଟରେ ମନ କଥାକୁ ଲୁଚାଇ ରଖିପାରିବେ ନାହିଁ । ସାଙ୍ଗଠନିକ,ରାଜନୈତିକ, ଆନୁ ।ନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ

ସ୍ଥଗିତ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାର କୌଣସି ପ୍ରତିବନ୍ଧକ ରହିବ ନାହିଁ । ସଭାସମିତିରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପାଇବେ । ଘରର ବରାଦ ଅନୁଯାୟୀ ବିଳାସ ଉପକରଣ କିଣି ପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ସିଂହ

ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ଦୂର ଯାତ୍ରା କରିବାର ସୂଚନା ରହିଛି । ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ଆଶଙ୍କାକୁ ଏଡି ହେବ ନାହିଁ । ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡା ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା

ସକାଳୁ ସକାଳୁ ବନ୍ଧୁଙ୍କ ଆହ୍ୱାନ ଆପଣଙ୍କୁ ଯାତ୍ରାର ପ୍ରସ୍ତୁତିକୁ ତ୍ୱରାନ୍ୱିତ କରାଇବ । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ନିଜର କୌଣସି କାର୍ଯ୍ୟ ସକାଶେ ଅନୁରୋଧ କରିପାରନ୍ତି । ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା

କର୍ମକ୍ଷେତ୍ରରେ ଜଟିଳତା କ୍ରମଶଃ ଦୂରେଇ ଯିବାର ଆଶା କରାଯାଇପାରେ । କ୍ରୀଡା,ସଙ୍ଗୀତ,ପ୍ରତିଯୋଗିତା କ୍ଷେତ୍ରରେ ଶୀର୍ଷ ସ୍ଥାନରେ ରହି ବୁଦ୍ଧିଜୀବୀମାନଙ୍କ ପ୍ରଶଂସାଭାଜନ ହେବେ । ଶାରୀରିକ ଅସୁସ୍ଥତା ଲାଗି ରହିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା

କିଛି ମନ୍ତବ୍ୟକୁ କେନ୍ଦ୍ର କରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି । ମାନସିକ ଦ୍ୱନ୍ଦ୍ୱ ଦୂରେଇଯିବ ଓ ଭାଙ୍ଗି ପଡିଥିବା ସମ୍ପର୍କର ପୁନରୁଦ୍ଧାର କରିପାରିବେ । କିଣାବିକା କ୍ଷେତ୍ରରେ କିମ୍ବା ଜମିଜମା କାରବାରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ

ଅନ୍ୟମନସ୍କ ହେତୁ ଧନହାନି,କଳହ,ପ୍ରତାରଣା ଓ ଶାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ସାଙ୍ଗମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର

ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବା ସହ ଲୋକ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିବେ ଏବଂ ସହ-ଯୋଗର ଅଭାବ ରହିବ ନାହିଁ । ଭୁଲ୍ ବୁଝାମଣାରୁ ଆତ୍ମୀୟଙ୍କ ସହ ସମ୍ପର୍କ ହାନି ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

କୁମ୍ଭ

ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ । ପୂର୍ବର କେତେକ ବିବାଦୀୟ କଥାକୁ ମନେ ପକାଇ ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ

ଆଜିର ପ୍ରତ୍ୟୁଷ ଯାତ୍ରା ସମୟରେ ଜଣେ ଅଜଣା ବନ୍ଧୁଙ୍କ ସାହାର୍ଯ୍ୟ ସବୁ ଦିନ ସକାଶେ ମନେରହିବ । ସ୍ୱକର୍ମ କ୍ଷେତ୍ରରେ ମଧ୍ୟ ଅପ୍ରିୟ ସତ୍ୟଭାଷଣରୁ ଦୂରେଇ ରହିବା ଭଲ । ଅଭାବ ରହିବ ନାହିଁ । ଭୂସମ୍ପତ୍ତି ପ୍ରାପ୍ତିର ମାର୍ଗଦର୍ଶନ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

Leave a Reply

Your email address will not be published.