ରଥ ଯାତ୍ରା କଣ, ଏହା କେଉଁ ଶତାବ୍ଦୀରୁ ପାଳନ କରି ଆସୁଛି, ଏହାର ମହାତ୍ମ୍ୟ

ରଥଯାତ୍ରା ଜଗନ୍ନାଥଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହାକି ପୁରୀଠାରେ ଜଗନ୍ନାଥ ମନ୍ଦିରରେ ତଥା ବିଶ୍ଵର ବାକି ଅନେକ ସ୍ଥାନରେ ପାଳନ କରାଯାଏ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ ।
ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ ।
୧. ସ୍ନାନ ଉତ୍ସବ
୨. ଅନବସର
୩. ନେତ୍ରୋତ୍ସବ
୪. ଶ୍ରୀଗୁଣ୍ଡିଚା
୫. ହେରାପଞ୍ଚମୀ
୬. ଆଡ଼ପ ପର୍ବ
୭. ବାହୁଡ଼ା ଯାତ୍ରା
୮. ନୀଳାଦ୍ରି ବିଜେ
ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ।
ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜୟ ।
ଏହାକୁ ଗୁଣ୍ଡିଚା ପଞ୍ଚକ କୁହଯାଏ ।
ପୁରୀରେ ପ୍ରତିବର୍ଷ ସମ୍ପୁର୍ଣ୍ଣ ଭାବେ ନୂଆ କାଠରେ ରଥ ତିଆରି ହୋଇଥାଏ । କିନ୍ତୁ ସାରଥି, ଘୋଡ଼ା, ପାର୍ଶ୍ଵ ଦେବଦେବୀ, ସଖୀ ଆଦିମୂର୍ତ୍ତି ଗୁଡ଼ିକ ପ୍ରତ୍ୟେକ ନବକଳେବର ବର୍ଷ ନୂତନ ଭାବରେ ନିର୍ମାଣ କରାଯାଇଥାଏ । ନିମ୍ବ କାଠରେ ମୋଟ ୨୭ ଗୋଟି ପାର୍ଶ୍ଵ ଦେବଦେବୀଙ୍କର ବିଗ୍ରହ ନିର୍ମାଣ କରାଯାଏ । ପ୍ରତିବର୍ଷ ରଥଯାତ୍ରାର ଅଳ୍ପ ଦିନ ପୂର୍ବରୁ ଚିତ୍ରକାର ସେବକମାନେ ଏହି ମୂର୍ତ୍ତିଗୁଡିକୁ ରଙ୍ଗ କରିଥାନ୍ତି । ଆବଶ୍ୟକ ପଡିଲେ ରୂପକାର ସେବକମାନଙ୍କ ଦ୍ଵାରା ଏହାର ମରାମତି କାର୍ଯ୍ୟ ହୋଇଥାଏ । ରଥଯାତ୍ରାର ଦୁଇ ଦିନ ପୂର୍ବରୁ ପ୍ରତି ରଥରେ ନଅ ମୂର୍ତ୍ତି ଲେଖାଏଁ ପାର୍ଶ୍ଵଦେବତାଙ୍କୁ ଅଧିଷ୍ଠିତ କରାଯାଇଥାଏ। । ପ୍ରତିବର୍ଷ ରଥଯାତ୍ରା ପରେ ରଥଗୁଡ଼ିକୁ ଭାଙ୍ଗି ଦିଆଯାଏ । ପ୍ରତିବର୍ଷ ପୁରୀ ବଡ଼ଦାଣ୍ଡରେ ଥିବା ଶ୍ରୀନଅର ସମ୍ମୁଖସ୍ତ ରଥଖଳାଠାରେ ଶ୍ରୀଜଗନ୍ନାଥଙ୍କର ଏହି ବିଶ୍ୱବିଦିତ ରଥଯାତ୍ରା ନିମନ୍ତେ ତିନିରଥର ନିର୍ମାଣ କାର୍ଯ୍ୟ ସଂପନ୍ନ ହୋଇଥାଏ । ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ପାରମ୍ପରିକ ବିଧି ଓ ରଥନିର୍ମାଣର ଶାସ୍ତ୍ରସମ୍ମତ ଧାରାକୁ ଲକ୍ଷ୍ୟ କଲେ ବ୍ୟାପାରଟି କେତେ ଜଟିଳ ଅଥଚ କେତେ ସୁସମନ୍ୱିତ ତାହା ହୃଦ୍ବୋଧ ହୁଏ । ବହୁ ପୁରାତନ କାଳରୁ ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ପାଇଁ ସମୟ ନିର୍ଦ୍ଧାରିତ ହୋଇଛି, ତଦନୁସାରେ ସମସ୍ତ କାର୍ଯ୍ୟ ସୁସଂପନ୍ନ ହୋଇଥାଏ । ରଥକାଠ ପହଞ୍ଚିବା ଠାରୁ ଆରମ୍ଭ କରି ରଥଟଣା ପର୍ଯ୍ୟନ୍ତ ସବୁ କାର୍ଯ୍ୟ ଏକ ନିର୍ଦ୍ଦିଷ୍ଟ ତିଥିରେ ହୋଇଥାଏ ।
ପ୍ରାଚୀନତା ଓ ଇତିହାସ
ଖ୍ରୀ.ଅ ଅଷ୍ଟମ ବା ନବମ ଶତାଦ୍ଦୀରେ ସୋମବଂଶୀ ରାଜା ଯଯାତି କେଶରୀଙ୍କ ସମୟରେ ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବିଷୟ ଭିକାରୀ ପଟ୍ଟନାୟକଙ୍କ ୧୮୫୯ ସାଲରେ ରଚିତ ରଥ ଚକଡା ପୋଥିରୁ ଉଦ୍ଧାର କରି ଗବେଷକ ସଦାଶିବ ରଥଶର୍ମା ପ୍ରକାଶ କରିଛନ୍ତି । ଏହି ରଥ ଚକଡା ପାଣ୍ଡୁଲିପିଟି ପୁରୀ ବାସେଳି ସାହିର ତତକାଳୀନ ରଥ ଅମୀନ ଓ ରଥକାର ଫକୀର ମହାପାତ୍ରଙ୍କ ଠାରୁ ପ୍ରାପ୍ତ ଓ ପୁରୀ ବଡ଼ ଓଡ଼ିଆ ମଠରେ ତାହା ସୁରକ୍ଷିତ ଥିଲା ବୋଲି ରଥଶର୍ମା ଉଲ୍ଲେଖ କରିଛନ୍ତି। ଯଯାତିଙ୍କ ବେଳେ ଜଗନ୍ନାଥ ମନ୍ଦିରର ଉଚ୍ଚତା ମାତ୍ର ୪୮ ହାତ ଥିଲା। ଠାକୁରେ ୨ହାତ ୧୦ଆଙ୍ଗୁଳର ଥିଲେ ଓ ରଥମାନ ୧୮ ହାତ ଉଚ୍ଚ ଥିଲା । ତିନି ରଥ ବୋଧେ ସମାନ ଥିଲା। ରଥ ଛଅ ଗୋଟି ହେଉଥିଲା । ବଳଗଣ୍ଡି ପର୍ଯ୍ୟନ୍ତ ତିନିରଥ ଯାଉଥିଲା । ଇନ୍ଦ୍ରଦ୍ୟୁମ୍ନ ପାଟଣାରେ ତିନିରଥ ନିର୍ମାଣ କରାଯାଉଥିଲା। ଏହା ଚାରି ଚକିଆ ଶଗଡି ସଦୃଶ୍ୟ ହେଉଥିଲା । ଏହି ତିନିଗୋଟି ରଥ ମାଳିନୀ ବା ବଡ଼ ନଈର ଉତ୍ତର ଭୂମିରେ ଆଡ଼ପ ମଣ୍ଡପ ବା ଗୁଣ୍ଡିଚା ଘରକୁ ଯାଉଥିଲା । ସିଂହଦ୍ୱାର ଠାରୁ ବଳଗଣ୍ଡି ପର୍ଯ୍ୟନ୍ତ ଯାଉଥିବା ରଥ ଷୋହଳ ଚକିଆ , ଚଉଦ ଚକିଆ ଓ ବାର ଚକିଆ। ରଥ ଉପରେ ସୁନାର ତିନିବେଣ୍ଟିଆ ଧ୍ୱଜ କଳସ ଲାଗୁଥିଲା। କନକ ମୁଣ୍ଡାଇରେ ରତ୍ନ ଚାନ୍ଦୁଆ ଟଣା ହେଉଥିଲା। ଅନ୍ୟ ଗୋଟିଏ ଛୋଟ ରଥରେ ବଜନ୍ତରି, ରଥ ଘଣ୍ଟୁଆ, ବାଦ୍ୟକାରମାନେ ଯାଉଥିଲେ ଆଗେ ଆଗେ। ପଛରେ ତିନି ରଥକୁ ଟାଣୁଥିଲେ ଭକତମାନେ । ରଥରେ ଚାଉଳ, ନଡିଆ ଖଣ୍ଡ ପଡି ଭୋଗ ଲାଗୁଥିଲା । ତାହା ଅଳ୍ପ ସଂଖ୍ୟକ ସମବେତ ଭକ୍ତଗଣଙ୍କୁ ବଣ୍ଟନ କରାଯାଉଥିଲା । ବଳଗଣ୍ଡିଠାରେ ରଥ ପହଞ୍ଚିଲେ ଦୋଳଚାପରେ ନଈ ପାରି ହୋଇ ଅର ପଟକୁ ଠାକୁରମାନେ ବିଜେ କରି ଚାରି ଚକିଆ ଶଗଡି ରଥରେ ବସି ଗୁଣ୍ଡିଚା ମନ୍ଦିର ବେଢାକୁ ଯାଆନ୍ତି । ସାତ ଦିନ ପରେ ନବଦିନ ଯାତ୍ରା ସମାପ୍ତ କରି ବାହୁଡା ଯାତ୍ରା ହେଉଥିଲା।
ପ୍ରାବନ୍ଧକ ଡକ୍ଟର ହରିହର କାନୁନଗୋଙ୍କ ମତରେ ଯଯାତିଙ୍କ ସମୟରେ ହୋଇଥିବା ଘଟଣାଟି ବିଶ୍ୱାସଯୋଗ୍ୟ ମନେହୁଏ। ସମ୍ଭବତଃ ଜଗନ୍ନାଥଙ୍କୁ ୩୮ହାତର ଏକ ପଟୋଳରେ ସ୍ଥାପନା କଲା ବେଳେ ପୂର୍ବରୁ ଅନୁସୃତ ରଥଯାତ୍ରା ପରମ୍ପରାର ପ୍ରଭାବରେ ଯଯାତି ଏହି ରଥଯାତ୍ରାର ପ୍ରଚଳନ କରିଥିଲେ । ପରବର୍ତ୍ତୀ ଦ୍ୱାଦଶ ଶତାଦ୍ଦୀରେ ୧୦୦ ହାତର କିମ୍ବା ୧୨୫ ହାତର ବଡ଼ ଦେଉଳ ନିର୍ମାଣ ସମାପ୍ତି ଓ ଠାକୁରମାନଙ୍କ ବିଜେ ତୃତୀୟ ଅନଙ୍ଗଭୀମ ଦେବ (ଖ୍ରୀ.ଅ.୧୨୧୧-୧୨୩୮)ଙ୍କ ସମୟ ହୋଇଥିବାରୁ ସେହି ବର୍ଷଠାରୁ ପୂର୍ବ ସ୍ମୃତିକୁ ମନେ ରଖିବା ପାଇଁ ବଡ଼ ଦେଉଳରୁ ଗୁଣ୍ଡିଚା ଘରକୁ ଦିଅଁଙ୍କର ରଥଯାତ୍ରା ଦକ୍ଷିଣାଭିମୁଖୀରେ ହୋଇଥିବା ସମ୍ଭବପର । ଯଯାତିଙ୍କ ସମୟରେ ବଡ଼ ଦାଣ୍ଡର ବଳଗଣ୍ଡିଠାରେ ମାଳିନୀ ନଦୀ ପ୍ରବାହିତ ହେଉଥିବାରୁ ଛଅ ରଥ ନିର୍ମାଣ କରାଯାଉଥିଲା ଏବଂ ବୀର ନରସିଂହ ଦେବ ଓରଫ ପ୍ରଥମ ଭାନୁଦେବ (ଖ୍ରୀ.ଅ.୧୨୬୪-୧୨୭୮) କିମ୍ବା ଦ୍ୱିତୀୟ ନରସିଂହ ଦେବ (ଖ୍ରୀ.ଅ ୧୨୭୮-୧୩୦୭)ଙ୍କ ସମୟରେ ଏହି ମାଳିନୀ ନଦୀ (ଶରଧାବାଲି)କୁ ପୋତି ଦେବା ଫଳରେ ଛଅ ରଥ ପରିବର୍ତ୍ତେ ତିନି ରଥ ତିନି ରଥ ନିର୍ମିତ ହୋଇ ଆସୁଅଛି।
ତିନି ରଥର ନାମ ଓ ମହାତ୍ମ୍ୟ

ନନ୍ଦିଘୋଷ
‘ନନ୍ଦିଘୋଷ’ ବା ‘ଗରୁଡ଼ଧ୍ଵଜ’ ବା ‘କପିଳଧ୍ଵଜ’ ରଥରେ ଜଗନ୍ନାଥଙ୍କ ସହ ମଦନମୋହନ ବିଜେ କରନ୍ତି ।
ମୋଟ ୭୪୨ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ୬ ଇଞ୍ଚ ଅଟେ ।ଏହି ରଥରେ ୧୬ ଟି ଚକ (ବିଷ୍ଣୁସିଦ୍ଧ, ବିଭୂତି, ଅଣିମା, ପ୍ରଜ୍ଞା, ଧୀ, ଜ୍ଞାନ, ପ୍ରେମ, ଆଶକ୍ତ, ରତି, କେଳି, ସତ୍ୟ, ସୁଷ୍ଵସ୍ତି, ଜାଗୃତି, ତୁରୀୟ, ଆମ, ନିର୍ବାଣ) ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ । ପରମ୍ପରା ମୁତାବକ ଧଳାରଙ୍ଗର ଚାରୋଟି ଘୋଡ଼ା (ଶଙ୍ଖ, ବଳାହକ, ଶ୍ଵେତ ଓ ହରିଦ୍ଵାଶ) ସ୍ଥାପନ କରାଯାଏ । ଏହାର ପତାକା ଗରୁଡ଼ ଚିହ୍ନାଙ୍କିତ । ନାଲି ଓ ହଳଦିଆ ରଙ୍ଗର କପଡ଼ା ରେ ରଥାବରଣ କରାଯାଏ । ନନ୍ଦିଘୋଷରେ ହରିହର, ପଣ୍ଡୁ ନୃସିଂହ, ଗିରିଧର, ଷଡ଼ଭୁଜ ଚିନ୍ତାମଣି କୃଷ୍ଣ, ଚତୁର୍ଭୁଜ ନାରାୟଣ, ସପ୍ତଫେଣ ସର୍ପରେ ଆସୀନ ମଧୁସୂଦନ ବା ବିଷ୍ଣୁ, ଲକ୍ଷ୍ମଣ, ପଞ୍ଚମୁଖୀ ମହାବୀର ପାର୍ଶ୍ଵଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।
ତାଳଧ୍ଵଜ
‘ତାଳଧ୍ଵଜ’ ବା ‘ଲଙ୍ଗଳ ଧ୍ଵଜ’ ରଥରେ ବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରନ୍ତି। ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ଅଟେ । ଏହି ରଥରେ ୧୪ ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ। ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଘୋଡ଼ା (ଶଙ୍ଖ, ସୁଚିତ୍ର, ଅଙ୍ଗଦ, ମେଘନାଦ) ସ୍ଥାପନ କରାଯାଏ ।
ଦର୍ପଦଳନ
‘ଦର୍ପଦଳନ’ ବା ‘ପଦ୍ମଧ୍ଵଜ’ ବା ‘ଦେବଦଳନ’ ରଥରେ ସୁଭଦ୍ରାଙ୍କ ସହ ଶ୍ରୀସୁଦର୍ଶନ ବିଜେ କରନ୍ତି । ମୋଟ ୭୧୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୪ଫୁଟ ୬ ଇଞ୍ଚ ଅଟେ । ଏହି ରଥରେ ୧୨ ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ । ପରମ୍ପରା ମୁତାବକ ନାଲି ଚାରୋଟି ଘୋଡ଼ା (ରୋଚିକା, ମୋଚିକା, ଜିତା, ଅପରାଜିତା) ସ୍ଥାପନ କରାଯାଏ । ନାଲି ଓ କଳା ରଙ୍ଗର କପଡ଼ା ରେ ରଥାବରଣ କରାଯାଏ ।
ହିନ୍ଦୁ ଜ୍ୟୋତିଷମତେ
ହିନ୍ଦୁ ଜ୍ୟୋତିଷିକ ତତ୍ତ୍ୱରେ ଗ୍ରହଜଗତ ନଅଗୋଟି ଗ୍ରହଙ୍କୁ ନେଇ ଗଠିତ, ଯଥା- ରବି, ଚନ୍ଦ୍ର, ମଙ୍ଗଳ, ବୁଧ, ବୃହସ୍ପତି, ଶୁକ୍ର, ଶନି, ରାହୁ ଓ କେତୁ । ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟ ଜ୍ୟୋତିଷିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ । ଆଷାଢ଼ ମାସର ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ଶ୍ରୀଜଗନ୍ନାଥ ନିଜର ବଡ଼ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ରଥାରୁଢ଼ ହୋଇ ଶ୍ରୀମନ୍ଦିର ଛାଡ଼ି ଘୋଶଯାତ୍ରାରେ ନବଦିନ ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରକୁ ଯାଆନ୍ତି । ଆଷାଢ଼ ଶୁକ୍ଳ ତୃତୀୟାଠାରୁ ଆଷାଢ଼ ଶୁକ୍ଳ ନବମୀ ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ପୂଜା ପାଆନ୍ତି ଏବଂ ଆଷାଢ଼ ଶୁକ୍ଳ ଦଶମୀ ତିଥିରେ ପହଣ୍ଡି ହୋଇ ରଥ ଚଢ଼ି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରନ୍ତି । ଶ୍ରୀଜଗନ୍ନାଥଙ୍କ ନବଦିନ ବ୍ୟାପୀ ଘୋଷଯାତ୍ରାସହ ନବଗ୍ରହଙ୍କ ଘନିଷ୍ଟ ସମ୍ପର୍କ ରହିଛି । ଶ୍ରୀଜଗନ୍ନାଥଙ୍କ ଏହି ନବଦିନ ଯାତ୍ରା ସପ୍ତାହର ପ୍ରତ୍ୟେକ ବାରକୁ ଆବୃତ୍ତ କରିଥାଏ । ସପ୍ତାହକର ସାତଦିନ ଗ୍ରହମଣ୍ଡଳର ଗ୍ରହମାନଙ୍କ ନାମରେ ନାମିତ । ରବିଙ୍କ ଉଦ୍ଦେଶ୍ୟରେ ରବିବାର, ଚନ୍ଦ୍ରଙ୍କ ଉଦ୍ଦେଶ୍ୟରେ ସୋମବାର, ମଙ୍ଗଳଙ୍କ ଉଦ୍ଦେଶ୍ୟରେ ମଙ୍ଗଳବାର, ବୁଧଙ୍କ ଉଦ୍ଦେଶ୍ୟରେ ବୁଧବାର, ଦେବଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଗୁରୁବାର, ଶୁକ୍ରଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ଓ ଶନିଙ୍କ ଉଦ୍ଦେଶ୍ୟରେ ଶନିବାର । କିନ୍ତୁ ଅନ୍ୟ ଦୁଇଗ୍ରହ, ଯଥା ରାହୁ ଓ କେତୁ ଛାୟାଗ୍ରହ ହେତୁ ଏମାନଙ୍କର କୌଣସି ସ୍ୱତନ୍ତ୍ର ବାର ନାହିଁ ।
ପହଣ୍ଡି
ଶ୍ରୀଜୀଉମାନଙ୍କୁ ରଥାରୂଢ଼ କରିବାପାଇଁ ଦଇତାପତି ସେବକମାନେ ଦଳବଦ୍ଧ ଭାବରେ ନିଜ ଭିତରେ ସମନ୍ଵୟ ରଖି ବିଗ୍ରହ ମାନଙ୍କୁ ନଚେଇ ନଚେଇ, ଝୁଲେଇ ଝୁଲେଇ ନେଇଥାନ୍ତି, ଯାହାକୁ ମନ୍ଦିର ଭାଷାରେ ପହଣ୍ଡି କୁହାଯାଏ ।
ଗୋଟି ପହଣ୍ଡି
ଗୋଟି ପହଣ୍ଡିରେ ଏକ ବିଗ୍ରହ ବିଜେ ହୋଇ ଉଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପରେ ଅନ୍ୟ ବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥାଏ । ରତ୍ନବେଦୀକୁ ବାହୁଡ଼ିବା ବେଳେ ଶ୍ରୀଜୀଉମାନେ ଗୋଟି ପହଣ୍ଡିରେ ବିଜେ କରିଥାନ୍ତି ।
ଧାଡ଼ି ପହଣ୍ଡି
ଧାଡି଼ ପହଣ୍ଡିରେ ଠାକୁରମାନେ ଜଣକ ପରେ ଜଣେ ଏକକାଳୀନ ବିଜେ କରି ରଥାରୂଢ଼ ହୁଅନ୍ତି । ରତ୍ନବେଦୀରୁ ଶ୍ରୀଜୀଉମାନେ ଗଲାବେଳେ ଧାଡ଼ି ପହଣ୍ଡିରେ ବିଜେ କରିଥାନ୍ତି ।
ଶ୍ରୀଗୁଣ୍ଡିଚା ଯାତ୍ରା ଓ ବାହୁଡା଼ ଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ ହେଉଛି ପୁରୀ ଗଜପତି ମହାରାଜାଙ୍କ ତିନି ରଥ ଉପରେ ଛେରାପହଁରା ସେବା । ଏହି ଛେରାପହଁରା ନୀତିକୁ ଦେଖିବା ଲାଗି ଉଭୟ ସିଂହଦ୍ଵାର ଓ ଗୁଣ୍ଡିଚା ମନ୍ଦିରଠାରେ ଲକ୍ଷାଧିକ ଭକ୍ତ ତଥା ଜନସାଧାରଣଙ୍କ ସମାଗମ ହୋଇଥାଏ । କେତେକ ଐତିହାସିକ, ପ୍ରାବନ୍ଧିକ ଏବଂ ଗବେଷକମାନଙ୍କ ମତରେ ସୂର୍ଯ୍ୟବଂଶୀ ରାଜା କପିଳେନ୍ଦ୍ର ଦେବଙ୍କ ସମୟରେ ଏହି ଛେରା ପହଁରା ନୀତି ଆରମ୍ଭ ହୋଇଥିଲା । ରଥଯାତ୍ରା ଦିନ ଗଜପତି ମହାରଜ ମନ୍ଦିର ଆଗରେ ଥିବା ପାହାଚକୁ ସୁନାର ପହଁରାରେ ଓଳାନ୍ତି । ଗଜପତି ଦିବ୍ୟସିଂହ ଦେବଙ୍କ ପର୍ଯ୍ୟନ୍ତ ଠାକୁରମାନଙ୍କ ପହଣ୍ଡି ବେଳେ ଶ୍ରୀମନ୍ଦିର ଆଗରେ ପାହଚ ଓ ରାସ୍ତକୁ ସୁନା ଖଡି଼କାରେ ଓଳାଇବା ବିଧି ବଳବତ୍ତର ଥିଲା । ମାତ୍ର ତାଙ୍କ ରୁଗ୍ଣ ପୁତ୍ର ରାଜା ମୁକୁନ୍ଦ ଦେବଙ୍କ ସମୟରେ ରଥ ଉପରର ଚତୁଃପାର୍ଶ୍ଵ ଛେରା ପହଁରାର ନୂତନ ବିଧି ବିଧାନ ହୋଇଥିଲା ଏବଂ ଏହି ପ୍ରଥା ଅଦ୍ୟାବଧି ଅନୁସୃତ ହୋଇ ଆସୁଅଛି ।
ନବଯୌବନ ଦର୍ଶନ
ଦେବସ୍ନାନ ପୂର୍ଣ୍ଣିମା ରାତ୍ରରେ ସ୍ନାନ ବେଦୀରୁ ପହଣ୍ଡି ବିଜେରେ ଶ୍ରୀମନ୍ଦିର ଭିତର କାଠ ନିକଟସ୍ଥ ଅଣସର ପିଣ୍ଡିରେ ଶ୍ରୀବିଗ୍ରହମାନ କରିଥାନ୍ତି। ଅଣସର ତାଟି ସମ୍ମୁଖରେ ତିନୋଟି ପଟି ଚିତ୍ର ପ୍ରତିମା ରହିଥାଏ। ଏହି ପଟି ଠାକୁର ମଧ୍ୟରେ ବଳଭଦ୍ରଙ୍କ ବାଡ଼ରେ ବାସୁଦେବ, ସୁଭଦ୍ରାଙ୍କ ବାଡ଼ରେ ଭୁବନେଶ୍ୱରୀ ଓ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ନାରାୟଣ ଅନ୍ତର୍ଭୁକ୍ତ। ପରମ୍ପରା ଅନୁଯାୟୀ ଏହି ପଟି ଦିଅଁ ଦଶାବତାର ଠାକୁର ରୂପେ ପରିଚିତ । ସୂଚନାଯୋଗ୍ୟ ଯେ, ବାସୁଦେବଙ୍କ ଚିତ୍ର ସମ୍ମୁଖରେ ଦୋଳଗୋବିନ୍ଦ, ରାମ ଓ ନୃସିଂହ ବିରାଜମାନ କରିଥିବା ବେଳେ ଭୁବନେଶ୍ୱରୀଙ୍କ ପାର୍ଶ୍ୱରେ ଭୂଦେବୀ ଓ ଶ୍ରୀଦେବୀ ଏବଂ ନାରାୟଣଙ୍କ ଚିତ୍ର ସମ୍ମୁଖରେ ମଦନମୋହନ ଓ କୃଷ୍ଣ ବିଗ୍ରହମାନେ ଖଟ ଉପରେ ଅଧିଷ୍ଠିତ ହୋଇଥାନ୍ତି। କୁହାଯାଏ ଯେ, ଏହି ସମୟରେ ଠାକୁରମାନେ ଜ୍ୱର ରୋଗରେ ପୀଡି଼ତ ହୋଇଥାନ୍ତି। ଶ୍ରୀମନ୍ଦିରର ବୈଦ୍ୟ ସେବକମାନଙ୍କଦ୍ୱାରା ପ୍ରସ୍ତୁତ ଦଶମୂଳ ପାଚକ (ମୋଦକ) ମହାପ୍ରଭୁଙ୍କୁ ଭୋଗ କରାଯିବା ପରେ ଜ୍ୱର ରୋଗ ଭଲ ହୋଇଥାଏ। ବାସ୍ତବିକ ଏହି ଅଣସର ସମୟରେ ପତି ମହାପାତ୍ର ଓ ଦଇତାପତି ସେବକମାନେ ଠାକୁରମାନଙ୍କର ଅତ୍ୟନ୍ତ ଗୋପନୀୟ ନୀତିରେ ଅଂଶଗ୍ରହଣ କରିଥାନ୍ତି । ଏହି ସମୟରେ ଅଣସର ପଣା, ଘଣାଲାଗି, ଖଳି ଲାଗି, ଚକା ଅପସର ଓ ଅନ୍ୟାନ୍ୟ ଗୁପ୍ତ ନୀତିମାନ ଅନୁଷ୍ଠିତ ହୋଇଥାଏ।
ହେରା ପଞ୍ଚମୀ
ରଥଯାତ୍ରା ପାଳନ ଅବସରରେ ହେରା ପଞ୍ଚମୀ ଉତ୍ସବ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ସାଧାଣତଃ ରଥଯାତ୍ରା ଠାରୁ ପଞ୍ଚମୀ ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଷଷ୍ଠୀ ଦିନ ହେରା ପଞ୍ଚମୀ ଉତ୍ସବ ପାଳିତ ହୋଇଥାଏ। ଯାତ୍ରା ଭାଗବତରେ କୁହାଯାଇଛି – ତତୋ ଗୁଣ୍ଡିଚାନନ୍ତରଂ ପଞ୍ଚମ ଦିବସେ ହେରା ପଞ୍ଚମୀ ଭବତି । ତେବେ ହେରା ପଞ୍ଚମୀ ନୀତି ସମ୍ପର୍କରେ ବାମଦେବ ସଂହିତରେ ବିଶେଷ ଭାବେ ବର୍ଣ୍ଣନା ହୋଇଥିବା ଜଣାଯାଏ ।
ନୀଳାଦ୍ରି ବିଜେ
ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧରପଣାର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନାଧିଷ୍ଠିତ ହୋଇଥାନ୍ତି। ଶାସ୍ତ୍ରରେ ଯଦି ଓ ଉଲ୍ଲେଖ ରହିଛି ଦ୍ୱାଦଶୀ ଦିନମହାପ୍ରଭୁ ନୀଳାଦ୍ରି ବିଜେ କରନ୍ତି, କିନ୍ତୁ ପ୍ରକୃତ ପକ୍ଷେ ଏକାଦଶୀ ଦିନ ସୁନାବେଶ, ଦ୍ୱାଦଶୀରେ ଅଧରପଣା ଓ ତ୍ରୋୟଦଶୀ ତିଥିରେ ନୀଳାଦ୍ରି ବିଜେ ହୋଇଥାଏ। ନୀଳାଦ୍ରି ବିଜେ ଦିନ ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯାଇଥାଏ। ଏହାପରେ ଦର୍ଶବ ନିମିତ୍ତ କିଛି ସମୟ ଭକ୍ତମାନଙ୍କୁ ରଥ ଉପରୁ ଛଡା ଯାଇଥାଏ। ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ। ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ହସ୍ତରେ ଧରି ଦକ୍ଷିଣି ଘରକୁ ବିଜେ କରାଇଥାନ୍ତି। ତତ୍ପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ , ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯାଏ। ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଓ ଅଖଣ୍ଡ ବଇଠା ବସେ।

ଶେଷରେ ବାହୁଡା଼ ଯାତ୍ରା
ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ବା ଦକ୍ଷିଣାଭିମୁଖୀ ଯାତ୍ରା କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି –
“ନବମ୍ୟା ବାସୟେଦ୍ଦେବାନ୍ ତେଷୁ ପ୍ରାତଃ ସମୃଦ୍ଧିମତ୍ ।
ଦକ୍ଷିଣାଭିମୁଖୀ ଯାତ୍ରା ବିଷ୍ଣୋରେଷା ସୁଦୁର୍ଲଭା ॥
ସମ୍ପୂର୍ଣ୍ଣ ଯାତ୍ରାକୁ ତିନୋଟି ଅଙ୍ଗ ରୂପେ ଧରାଯାଇଛି। ଏଥିମଧ୍ୟରୁ ରଥଯାତ୍ରା ଗୋଟିଏ ଅଙ୍ଗ, ଗୁଣ୍ଡିଚା ମଣ୍ଡପରେ ବାସ ଦ୍ୱିତୀୟ ଅଙ୍ଗ ଏବଂ ବାହୁଡା଼ ୟାତ୍ରା ପୂର୍ବକ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ ପର୍ଯ୍ୟନ୍ତ ତୃତୀୟ ଅଙ୍ଗ । ଶାସ୍ତ୍ରୀୟ ବର୍ଣ୍ଣନାନୁସାରେ ରଥଯାତ୍ରା ସମୟରେ ପ୍ରଭୁମାନେ ଉତ୍ତରାଭିମୁଖି ହୋଇ ଯାତ୍ରା କରୁଥିବା ସମୟରେ ସେମାନଙ୍କୁ ଦର୍ଶନ କଲେ ଯେଉଁ ଫଳ ମିଳେ, ବାହୁଡା଼ ଯାତ୍ରାରେ ଦକ୍ଷିଣାଭିମୁଖ ହୋଇ ଯାତ୍ରା କରୁଥିବା ବେଳେ ଠାକୁରମାନଙ୍କୁ ଦର୍ଶନ କଲେ ଠିକ୍ ସେହିପରି ଫଳ ମିଳିଥାଏ । ଏପରିକି ଭକ୍ତମାନେ ଏହି ଦୁର୍ଲଭ ଦର୍ଶନରେ ଅଶ୍ୱମେଧ ଯଜ୍ଞର ଫଳ ଲାଭ କରି ଅନ୍ତକାଳରେ ବୈକୁଣ୍ଠ ପ୍ରାପ୍ତି ହୋଇଥାନ୍ତି ବୋଲି ବିଶ୍ୱାସ କରାଯାଏ ।