ନୂତନ ମନ୍ତ୍ରୀମଣ୍ଡଳ ପୂର୍ବରୁ ୧୨ ଜଣଙ୍କ ଇସ୍ତଫା

ନୂଆଦିଲ୍ଲୀ, (ଓଡିଶା ଟାଇମ୍):କେନ୍ଦ୍ରର ମୋଦୀ ସରକାରଙ୍କ ଦ୍ଵିତୀୟ କାର୍ଯ୍ୟକାଳର ପ୍ରଥମ ମନ୍ତ୍ରିମଣ୍ଡଳ ସଂପ୍ରସାରଣରେ ୪୩ ନୂଆ ମନ୍ତ୍ରୀ ସନ୍ଧ୍ୟା ୬ଟାରେ ଶପଥ ଗ୍ରହଣ କରିବେ। ହେଲେ ମନ୍ତ୍ରିମଣ୍ଡଳ ବିସ୍ତାର ଏବଂ ଅଦଳବଳରେ ଅନେକ ବରିଷ୍ଠ ମନ୍ତ୍ରୀ ଇସ୍ତଫା ଦେଇ ସାରିଲେଣି। ଡ.ହର୍ଷବର୍ଦ୍ଧନ, ସନ୍ତୋଷ ଗଙ୍ଗଓ୍ଵାର, ସନାନନ୍ଦ ଗୌଡଙ୍କ ପରେ ଏବେ ବରିଷ୍ଠ ନେତା ତଥା କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଓ ରବିଶଙ୍କର ପ୍ରସାଦ କ୍ୟାବିନେଟ୍ ପଦରୁ ଇସ୍ତଫା ଦେଇଛନ୍ତି। ଏହାକୁ ମିଶାଇ ଏ ଯାଏ ୧୨ ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସାରିଲେଣି। ପ୍ରକାଶ ଜାବଡେକର କେନ୍ଦ୍ର କ୍ୟାବିନେଟ୍‌ରେ ଜଙ୍ଗଲ ଓ ପରିବେଶ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଥିଲେ। ସେହି ପରି ରବିଶଙ୍କର ପ୍ରସାଦ ଆଇନ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଥିଲେ।

ଏହା ପୂର୍ବରୁ କେନ୍ଦ୍ରୀୟ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, କେନ୍ଦ୍ରୀୟ ରସାୟନ ମନ୍ତ୍ରୀ ସଦାନନ୍ଦ ଗୌଡା, ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ, ମହିଳା ଓ ଶିଶୁ ବିକାଶ ରାଷ୍ଟ୍ର ମନ୍ତ୍ରୀ ଦେବାଶ୍ରୀ ଚୌଧୁରୀ ଓ ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ଵାର ମଧ୍ୟ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଏହା ବ୍ୟତୀତ ଶିକ୍ଷା ରାଜ୍ୟ ମନ୍ତ୍ରୀ ସଂଜୟ ଧୌତ୍ରୋ, ଜଙ୍ଗଲ ଏବଂ ପର୍ଯ୍ୟାବରଣ ରାଜ୍ୟ ମନ୍ତ୍ରୀ ବାବୁଲ୍ ସୁପ୍ରିଓ, ରାୱ ସାହବ ଦାନବେ, ରତନ ଲାଲ୍ କାଟାରିଆ, ପ୍ରତାପ ଷଡ଼ଙ୍ଗୀ, ଦେବ ଶ୍ରୀ ବାନାର୍ଜୀ ମଧ୍ୟ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇ ସାରିଛନ୍ତି। ।

Leave a Reply

Your email address will not be published. Required fields are marked *