ଗୋଟିଏ ପରିବାରରୁ ୭ କରୋନା ପଜିଟିଭ୍ ଚିହ୍ନଟ
ଜଟଣୀ, (ଓଡିଶା ଟାଇମ) : ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି ଏହି ମହାମାରୀ । ପ୍ରତିଦିନ ଶତାଧିକ ସଂଖ୍ୟାରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହି ପରି ଜଟଣୀ ପୌରପରିଷଦ ଅନ୍ତର୍ଗତ ହାଟବଜାର ଅଞ୍ଚଳରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗୋଟିଏ ପରିବାରର ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ସଂପୃକ୍ତ ବ୍ୟକ୍ତିମାନଙ୍କର କଣ୍ଟାକ୍ଟ ଟ୍ରେସିଙ୍ଗ ପ୍ରକ୍ରିୟା ଆରମ୍ଭ ହୋଇଛି । ଜଟଣୀ ପୌରପରିଷଦ ପକ୍ଷରୁ ସଂପୃକ୍ତ ଅଞ୍ଚଳକୁ ସାନିଟାଇଜ୍ କରାଯାଇଛି । ଏଥି ସହ ୨୭ ତାରିଖ ସଂଧ୍ୟା ୭ଟା ପର୍ଯ୍ୟନ୍ତ ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ ।