ନବରଙ୍ଗପୁର ଜିଲ୍ଲା ୩ ଦିନ ସଟ୍ଡାଉନ୍ ଘୋଷଣା
ନବରଙ୍ଗପୁର, (ଓଡିଶା ଟାଇମ୍) : ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । ଏହି ସଟଡ଼ାଉନ ଘୋଷଣା କରିଛନ୍ତି ନବରଙ୍ଗପୁର ଜିଲ୍ଲାପାଳ । ୨୪ତାରିଖ ସନ୍ଧ୍ୟା ୭ଟାରୁ ୨୭ ତାରିଖ ସକାଳ ଯାଏଁ ସଟଡାଉନ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଛି ।
ଅନ୍ୟପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫୩୭କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୦,୫୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଓ ୩୯୯ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ଓଡ଼ିଶାରେ ୨୪୫୮୨ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ସୂଚନାଯୋଗ୍ୟ ଯେ, ନବରଙ୍ଗପୁର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବାବେଳେ ଦୁଇ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।