୪ଦିନ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି
ଭୁବନେଶ୍ବର, (ଓଡିଶା ଟାଇମ୍) : ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ମୟୁରଭଞ୍ଜ, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମାଲକାନଗିରି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ୨୨ରୁ ୨୩ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଳାରେ ପ୍ରବଳ ବର୍ଷା ହେବାର ଅଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି।