ରାଜ୍ୟରେ ଆଉ ୪ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ମୃତକ ଗଞ୍ଜାମ ଜିଲ୍ଲାର। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି। ସେହିପରି ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୫୬ରେ ପହଞ୍ଚିଛି ।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୯୫୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.