ରାଜ୍ୟରେ ଆଜି ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ବର (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୬ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ଗଞ୍ଜାମରେ ୩, କେନ୍ଦ୍ରାପଡ଼ାରେ ଜଣେ, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏଁ କରୋନା ଜନିତ ମୃତ୍ୟୁ ହୋଇଛି । ଗଞ୍ଜାମରେ ୨୭ ରେ ପହଞ୍ଚିଲା କରୋନା ମୃତ୍ୟୁ ସଂଖ୍ୟା ।
ଅନ୍ୟପଟେ ରାଜ୍ୟରେ ଆଜି ୫୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୨୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।