ଆଜି ଭାରତ ବନ୍ଦ, ନୂଆ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନର ବନ୍ଦ ଡାକରା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ ପାଳନ କରାଯାଉଛି । ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଜୋରଦାର ଆନ୍ଦୋଳନ ଚାଲିବ। ଦେଶର ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ଅବରୋଧ କରାଯାଇଛି ।

ଭାରତ ବନ୍ଦକୁ କଂଗ୍ରେସ ସମେତ ୧୮ଟି ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି। ବନ୍ଦକୁ କଂଗ୍ରେସ, ଡିଏମ୍ କେ, ଏନ୍ ସିପି, ସମାଜବାଦୀ ପାର୍ଟି, ବାମଦଳ, ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟି, ଆସାମ ଗଣ ପରିଷଦ, ତେଲେଙ୍ଗାନା ରାଷ୍ଟ୍ର ସମିତି, ଆମ୍ ଆଦ୍ ମି ପାର୍ଟି, ଶିବସେନା ପ୍ରମୁଖ ରାଜନୈତିକ ଦଳମାନେ ସମର୍ଥନ ଘୋଷଣା କରିଛନ୍ତି। ଏହା ସହିତ ଆଇଏନ୍ ଟିୟୁସି, ଏଆଇଟିୟୁସି, ଏଚ୍ ଏମ୍ ଏସ୍ , ସିଆଇଟିୟୁ, ଏଆଇୟୁଟିୟୁସି, ଟିୟୁସିସି ଭଳି ଶ୍ରମିକ ସଂଗଠନବନ୍ଦକୁ ପୂର୍ଣ୍ଣ ସମର୍ଥନ ଘୋଷଣା କରିଛନ୍ତି। ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିବା ଦାବିରେ କୃଷକ ସଂଗଠନମାନେ ଅଟଳ ରହିଥିବା ବେଳେ ଆଇନରେ କେତେକ ସଂଶୋଧନ ପାଇଁ ସରକାର ରାଜି ହୋଇଛନ୍ତି। ମାତ୍ର ସରକାର ଓ କୃଷକ ନେତାଙ୍କ ମଧ୍ୟରେ ପାଞ୍ଚଥର ଆଲୋଚନା ହୋଇଥିଲେ ମଧ୍ୟ ସମାଧାନର ପନ୍ଥା ବାହାରି ପାରିନାହିଁ।

Leave a Reply

Your email address will not be published. Required fields are marked *