ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହିତ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ୬୭ବର୍ଷୀୟ ବୃଦ୍ଧ । ମୃତ ବୃଦ୍ଧ ଜଣକ କରୋନା ସହିତ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ସେହିଭଳି କଟକ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ମୃତ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର । ତାଙ୍କ ବୟସ ୬୮ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗର ପୀଡିତ ଥିଲେ ।

Leave a Reply

Your email address will not be published.