ଭୁବନେଶ୍ୱରରୁ ୨ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସେମାନଙ୍କ ତଥ୍ୟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷୀୟ ପୁରୁଷ, ୮ ବର୍ଷୀୟ ଝିଅ ଏବଂ ସେମାନେ ଗୋଟିଏ ପରିବାରର ବୋଲି ସୂଚନା ମିଳିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(BMC) ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ସେମାନେ ହୋମ୍ କ୍ୱାରେଣ୍ଟିନରେ ଥିଲେ ଓ ଉଭୟଙ୍କର ଦିଲ୍ଲୀ ଗସ୍ତ ନେଇ ଟ୍ରାଭେଲ ହିଷ୍ଟ୍ରି ରହିଛି। ଦିଲ୍ଲୀରୁ ଫେରି ଉଭୟ ହୋମ୍ କ୍ୱାରେଣ୍ଟିନ୍ରେ ଥିଲେ।
ଏହି କ୍ରମରେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୧ ଜଣ ସୁସ୍ଥ ହୋଇଥିବା ବେଳେ ୩୪ ଜଣ ବର୍ତ୍ତମାନ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ଏହା ସହ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।