ଜୁନ୍‌ ଠାରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବ ପ୍ରସ୍ତୁତି ଦ୍ୱାରା ବିପର୍ଯ୍ୟୟର ମୁକାବିଲା କରାଯାଇପାରିବ। ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଆଜି ଏନେଇ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ବାତ୍ୟା, ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ସମ୍ଭାବ୍ୟ ବନ୍ୟା, ବାତ୍ୟାଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିଛି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ । ସମ୍ଭାବ୍ୟ ବନ୍ୟା, ବାତ୍ୟା ଓ ମରୁଡିକୁ ଆଖିରେ ରଖି ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି ।

ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗିଦାରୀ ମୂଳକ କିଭଳି ହେବ ତାଉପରେ ଗୁରୁତ୍ବ ଦିଅ । ଆଜି ବସିଥିବା ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଏଭଳି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ବିଭିନ୍ନ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା କାର୍ଯ୍ୟକ୍ରମ ହେଉଛି ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଦୃଷ୍ଟିଭଙ୍ଗୀର ମୂଳନୀତି । ସେଥିପାଇଁ ରାଜ୍ୟ ପ୍ରଶାସନକୁ ଅଭିଜ୍ଞତା  ପ୍ରସୂତ SOP (Standard Operating Procedure) ପାଳନ ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ  ପରାମର୍ଶ ଦେଇଛନ୍ତି।

Leave a Reply

Your email address will not be published.