ବଲିଉଡ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ । ହୃଦଘାତ ଯୋଗୁ ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଜୁନ ୧୭ରେ ସେ ମୁମ୍ବାଇର ଗୁରୁ ନାନକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ଚାରି ଦଶନ୍ଧିରୁ ଅଧିକ ସମୟର କ୍ୟାରିଅରରେ ସରୋଜ ଖାନଙ୍କୁ ୨ ହଜାରରୁ ଅଧିକ ଗୀତ କୋରିଓଗ୍ରାଫି କରିବାର ଶ୍ରେୟ ଦିଆଯାଇଛି । ୨୨ ନଭେମ୍ବର ୧୯୪୮ରେ ଜନ୍ମ ହୋଇଥିବା ସରୋଜ ଖାନ ବଲିଉଡର ବେଶ୍ ଖ୍ୟାତି ଅର୍ଜନ କରିଥିଲେ । ସମସ୍ତେ ତାଙ୍କ କାମକୁ ପ୍ରଶଂସା କରନ୍ତି ।

ସରୋଜ ଖାନ୍ ତାଙ୍କ କ୍ୟାରିୟରରେ ଅନେକ ପ୍ରସିଦ୍ଧ ଗୀତ କୋରିଓଗ୍ରାଫି କରିଛନ୍ତି । ସେ ‘ଦେବଦାସ’ର ଡୋଲା ରେ ଡୋଲା…, ମାଧୁରୀ ଦୀକ୍ଷିତଙ୍କ ଅଭିନୀତ ‘ତେଜାବ’ ଚଳଚ୍ଚିତ୍ର ଗୀତ ଏକ ଦୋ ତିନ୍… ଏବଂ ‘ଜବ୍ ୱି ମେଟ୍’ ଫିଲ୍ମର ୟେ ଇସ୍କ ହାୟେ… ଭଳି ଗୀତର କୋରିଓଗ୍ରାଫି କରିଛନ୍ତି । କୋରିଓଗ୍ରାଫର ଭାବରେ ୭୧ ବର୍ଷ ବୟସ୍କ ସରୋଜ ଖାନଙ୍କ ଶେଷ ଚଳଚ୍ଚିତ୍ର ଥିଲା ‘କଳଙ୍କ’। ସେ ୩ ଥର ଜାତୀୟ ପୁରସ୍କାର ମଧ୍ୟ ପାଇଛନ୍ତି ।

Leave a Reply

Your email address will not be published.